Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ପୁଣି ଉପରମୁହାଁ ହେଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ମିଳିବ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ପୁଣି ଉପରମୁହାଁ ହେଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ମିଳିବ ଟୀକା

June 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ, ଚିଲିକା ବ୍ଲକରେ ୧୭ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୦ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୨ ଜଣ, ଚିଲିକା ବ୍ଲକରୁ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୯୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୭ ଜଣ, ଚିଲିକା ବ୍ଲକରେ ୬୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲ, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁନାଖେଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ଆସନ୍ତାକାଲି ୧୦୦ ଗୋଟି ଲେଖାଏଁ ୪୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଈରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୩୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.