ଚିଲିକା କରୋନା ଅପଡେଟ୍: ସଂକ୍ରମଣ ସାମାନ୍ୟ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

Published: Jun 12, 2021, 7:01 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ ଜଣ, ଚିଲିକା ବ୍ଲକରେ ୬ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୦ ଜଣ, ଚିଲିକା ବ୍ଲକରୁ ୪ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୫୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୭ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ରବିବାର ଲାଗି ଟୀକାକରଣ ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି ।

Related posts