କରୋନା ଅପଡେଟ୍: ଆଜି ଚିଲିକାରେ ବଢିଲା ସଂକ୍ରମଣ, ଏହି ସବୁ କେନ୍ଦ୍ରରେ ହେବ ଟୀକାକରଣ

Published: Jun 17, 2021, 8:56 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ମୁଣ୍ଡ ଟେକିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ, ଚିଲିକା ବ୍ଲକରେ ୨୧ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ, ଚିଲିକା ବ୍ଲକରୁ ୧୩ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୬୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୭୬ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ୧୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ୧୫୦, ନଈରୀ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୭୦ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୮୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Related posts