ସୀତାରାମ ଅଗ୍ରୱାଲ
ଚିଲିକା: ଗତକାଲି ଠାରୁ ଦେଶରେ ଦୁନିଆର ସର୍ବଶ୍ରେଷ୍ଠ ଟୀକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗତକାଲି ଦେଶରେ ୮୬ ଲକ୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି ଟୀକା ନେଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସେହିଭଳି ଆଜି ମଧ୍ୟ ଦେଶରେ ଗତକାଲି ଭଳି ସମାନ ଗତିରେ ଟୀକାକରଣ ପ୍ରକ୍ରିୟା ଜାରି ରହିଛି। ଗତକାଲି ରାଜ୍ୟରେ ପାଖାପାଖି ୩ ଲକ୍ଷ ଲୋକ ଟୀକା ନେଇଥିବା ବେଳେ ଆଜି ମଧ୍ୟ ସମାନ ସଂଖ୍ୟକ ଟୀକା ଦେବାର ବ୍ୟବସ୍ଥା ହୋଇଛି।
ସେପଟେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆଜି ପାଖାପାଖି ୨ ହଜାର ଲୋକ ଟୀକା ନେଇଥିବା ବେଳେ ଆସନ୍ତାକାଲି ମଧ୍ୟ ୨ ହଜାର ଲୋକଙ୍କ ପାଇଁ ଟୀକାର ବ୍ୟବସ୍ଥା ହୋଇଛି।
ଜାଣନ୍ତୁ ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲିର ଟୀକାକରଣ ବ୍ୟବସ୍ଥା କେଉଁଠି ଏବଂ କିପରି ନେବେ:
ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)
୧- ବାଣପୁର ମାଇନର ସ୍କୁଲ- ୧୫୦ ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )
୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)
୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ
୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ
୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ
୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ
ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।
ଚିଲିକା- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)
୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୨୯୦ ଡୋଜ
୨- ନଈରୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ
୩- ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୧୦ ଡୋଜ
୪- ବଡ଼କୂଳ ଉଚ୍ଚ ବିଦ୍ୟାଳୟ- ୧୫୦ ଡୋଜ
୫- ସୋରଣ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦
୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା
୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା
କିପରି ନେବେ:
ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।