Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁରରେ ସମାନ ସଂଖ୍ୟକ ଡୋଜ, ଚିଲିକାରେ କେବଳ ଗୋଟିଏ କେନ୍ଦ୍ରରେ ହେବ ଟୀକାକରଣ
ଆଞ୍ଚଳିକ

ଆସନ୍ତାକାଲି ବାଣପୁରରେ ସମାନ ସଂଖ୍ୟକ ଡୋଜ, ଚିଲିକାରେ କେବଳ ଗୋଟିଏ କେନ୍ଦ୍ରରେ ହେବ ଟୀକାକରଣ

June 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆଜି ପାଖାପାଖି ୨ ହଜାର ଲୋକ ଟୀକା ନେଇଥିବା ବେଳେ ଆସନ୍ତାକାଲି ପାଇଁ ଏହାର ସଂଖ୍ୟାରେ ହ୍ରାସ ପାଇବା ନେଇ ସୂଚନା ମିଳିଛି। ବାଣପୁର ବ୍ଲକ ଏବଂ ଏନଏସିରେ ଆଜି ଭଳି ଆସନ୍ତାକାଲି ସମାନ ସଂଖ୍ୟକ ଟୀକା ଲୋକଙ୍କୁ ଦିଆଯିବ।

ହେଲେ ଚିଲିକା ବ୍ଲକ ଏବଂ ବାଲୁଗାଁ ଏନଏସି ପାଇଁ ମାତ୍ର ୧୦୦ ଟି ଟୀକା ଡୋଜର ବ୍ୟବସ୍ଥା କରାଯାଇଛି। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୫୦ ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ଚିଲିକା ବ୍ଲକରେ ଅନ୍ତର୍ଗତ ଚାଷଙ୍ଗରା ଭାଲେରୀ ଉଚ୍ଚ ବିଦ୍ୟାଳୟରେ ୧୦୦ ଟି ଟୀକା ଡୋଜ ଦୁଇଟି ପର୍ଯ୍ୟାୟରେ ଦିଆଯିବ

ପ୍ରଥମ ପର୍ଯ୍ୟାୟ- ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ (ଉଭୟ ଡୋଜ),ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା

କିପରି ନେବେ:

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ନିର୍ବାଚନ ମଣ୍ଡଳୀ ଟୀକାକରଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026

ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.