Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ: ବାଣପୁର ବ୍ଲକ ଘେରାଉ କଲା ବିଜେପି
ଆଞ୍ଚଳିକ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ: ବାଣପୁର ବ୍ଲକ ଘେରାଉ କଲା ବିଜେପି

July 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦେଶର ଗରିବ ଲୋକଙ୍କ ହିତ ପାଇଁ ପ୍ରଣୟନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱପ୍ନ ଗରିବର ମୁଣ୍ଡ ଉପରେ ଛାତ। କିନ୍ତୁ ଓଡ଼ିଶାରେ ଏହାର ବ୍ୟତିକ୍ରମ ହେଉଥିବାର ଅଭିଯୋଗ କରିଛି ବିରୋଧୀ ଦଳ ବିଜେପି।

ରାଜ୍ୟରେ ପ୍ରକୃତ ହିତାଧିକାରୀ ଉକ୍ତ ଯୋଜନାର ସୁଫଳ ପାଉନଥିବାବେଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନୁମୋଦିତ ଅର୍ଥକୁ ଚଂଚକତା କରି ହରିଲୁଟ ହେଉଥିବାର ଅଭିଯୋଗ କରିଛି ବିଜେପି। ଏହି ଆଧାରରେ ରାଜ୍ୟ ବିଜେପି ପକ୍ଷରୁ ଓଡ଼ିଶାର ସମସ୍ତ ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି।

ଅନୁରୂପ ଭାବେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ସମ୍ମୁଖରେ ବିଜେପି ତରଫରୁ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ଦଳର ଶତାଧିକ କାର୍ଯ୍ୟକର୍ତ୍ତା ନେ ବ୍ଲକ ଫାଟକ ସମ୍ମୁଖରେ ଧାରଣା ଦେବା ସହ ଏକ ପ୍ରତିବାଦ ସଭାର ଆୟୋଜନ କରିଥିଲେ।

ବିଜେପି ବିଭିନ୍ନ ଦାବି ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକରେ ବ୍ୟାପକ ଦୁର୍ନୀତିରେ ଲିପ୍ତ ଥିବା ପ୍ରଶାସନିକ ଅଧିକାରୀମାନଙ୍କୁ ଉଚିତ ଦଣ୍ଡ ଦେବା ସହ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ନିମନ୍ତେ ମହାମହିମ ରାଜ୍ୟପାଳଙ୍କ ନିକଟକୁ ବାଣପୁର ବିଡ଼ିଓଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଥିଲା। ସେହିଭଳି ଗତକାଲି ମଧ୍ୟ ବିଜେପି ପକ୍ଷରୁ ଚିଲିକା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ଏବଂ ଦାବିପତ୍ର ପ୍ରଦାନ କରାଯାଇଥିଲା।

ଉକ୍ତ ବିକ୍ଷୋଭ ସମାବେଶରେ ଖୋର୍ଦ୍ଧା ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମାଧବ ଦଲାଇ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁଶୀଲ ବିଶୋଇ, ୧୩ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ଅମେରେନ୍ଦ୍ର ରଣସିଂହ, ୧୪ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ପ୍ରତିନିଧି ଦେବରାଜ ବସ୍ତି, ଭେଟେଶ୍ଵର ସରପଞ୍ଚ ତଥା ବିରଜାଇ ମଣ୍ଡଳ ସଭାପତି ଜିତେନ୍ଦ୍ର କୁମାର ଭୋଳ, ନନ୍ଦପୁର ସରପଞ୍ଚଙ୍କ ପ୍ରତିନିଧି ରମେଶ ପ୍ରଧାନଙ୍କ ସମେତ ଅନେକ ବିଜେପି କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ।

ଅଭିଯୋଗ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଣପୁର ବ୍ଲକ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.