Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲା କୋର୍ଟ ପରିସରରେ ଚଳିତ ବର୍ଷର ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲା କୋର୍ଟ ପରିସରରେ ଚଳିତ ବର୍ଷର ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

July 10, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଆଜି ଜଗତସିଂହପୁର ଜିଲ୍ଲା କୋର୍ଟ ପ୍ରାଙ୍ଗଣରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତରେ ଜିଲ୍ଲା ଓ ଦୌରାଜଜ୍ ଆନନ୍ଦ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତା କରିଥିଲେ।

ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରାଜଜ୍ ଆନନ୍ଦ ଚନ୍ଦ୍ର ବେହେରା, ପରିବାର ଅଦାଲତ ଜଜ୍ ଡ. ଜୀବନ ଜ୍ୟୋତି ରଥ, ଅତିରିକ୍ତ ଜିଲ୍ଲା ଜଜ୍ ଇତିଶ୍ରୀ ମାଳବିକ ଭୂୟାଁ, ସି.ଜେ.ଏମ୍  ପ୍ରିୟରଞ୍ଜନ ମିଶ୍ର, ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ସୁନନ୍ଦା ପାଢୀ, ସବଜଜ୍  ଶଶୀରେଖା ମିଶ୍ର, ସବଜଜ୍ (ଏଲ୍.ଆର୍) ଅଭୟ କୁମାର ଦାସ, ସିଭିଲ୍ କୋର୍ଟ ରେଜିଷ୍ଟାର ସୁଦିପା ପାତ୍ର, ମହିଳା କୋର୍ଟ ଜଜ୍ ରଶ୍ମିତା ସାହୁ, ମୁନସିଫ୍ ବିଷ୍ଣୁ ପ୍ରସାଦ ଦେବତା, ଜେ.ଏମ୍.ଏଫ୍.ସି ଝିଲିଲିନା ନାୟକ ପ୍ରମୁଖ ଯୋଗଦେଇ ମାମଲା ଗୁଡିକର ସୁପରିଚାଳନା କରିଥିଲେ।

ଉକ୍ତ ଲୋକ ଅଦାଲତରେ କୋଭିଡ୍ ମାର୍ଗଦର୍ଶିକା ଅନୁପାଳନ ପୂର୍ବକ ସମସ୍ତ ନିୟମ ପାଳନ କରାଯିବା ସହିତ ସାମାଜିକ ଦୂରତା ରକ୍ଷାକରି ମୋକଦ୍ଦମା ଗୁଡିକର ବିଚାର କରାଯାଇ ଆପୋଷ ସମାଧାନ କରାଯାଇଥିଲା। ଦୁର୍ଘଟଣା ଜନିତ ମୋକଦ୍ଦମାର ବିଚାର ପାଇଁ ଉଦ୍ଦିଷ୍ଟ ବେଞ୍ଚରେ ପି.ପି ନଳିନୀ କାନ୍ତ ମହାରଣା ,ଜି.ପି ସଲିଲ ଘୋଷ, ଆଇନଜୀବୀ ଧିରେନ୍ଦ୍ର ନାଥ ଆଚାର୍ଯ୍ୟ ଓ ସମାଜସେବୀ ସୁଷମା ପ୍ରଧାନ ସଭ୍ୟ ଭାବରେ ମୋକଦ୍ଦମାର ପରିଚାଳନା କରିଥିଲେ।

ବିଶେଷକରି ଦୁର୍ଘଟଣା ଜନିତ କ୍ଷତିପୂରଣ, ଫୌଜଦାରୀ, ଦେୱାନୀ, ପାରିବାରିକ ଏବଂ ଅନ୍ୟାନ୍ୟ ମାମଲା ସହିତ ଜଗତସିଂହପୁର ଅଞ୍ଚଳରେ ଥିବା ବ୍ୟାଙ୍କ୍ କେସ୍ ସମ୍ବନ୍ଧୀୟ ପ୍ରାକ୍ ମୋକଦ୍ଦମା ଆଦି ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଫଇସଲା ହୋଇଥିଲା।

ସମୁଦାୟ ୯୬୬ ମାମଲାରୁ ୧୩୦ଟି ସଫଳତାର ସହ ଫଇସଲା ହେବା ସହିତ ୧.୦୬.୫୮.୦୧୧ ଟଙ୍କା ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କ୍ କେସ୍ ସମ୍ବନ୍ଧୀୟ ପ୍ରାକ୍ ମୋକଦ୍ଦମାରେ ୯୬୦ଟି ମାମଲାରୁ ୪୮ଟି ସଫଳତାର ସହିତ ଫଇସଲା ହେବା ସହ ୬.୫୮.୯୦୦ ଟଙ୍କା ଆଦାୟ କରାଯାଇଛି।

ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ରାଷ୍ଟ୍ରୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.