Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନଗର ମଣ୍ଡଳ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଲେ ରାଜ୍ୟ ସଭାପତି ସମୀର ମହାନ୍ତି
ଆଞ୍ଚଳିକ

ବାଣପୁର ନଗର ମଣ୍ଡଳ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଲେ ରାଜ୍ୟ ସଭାପତି ସମୀର ମହାନ୍ତି

August 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଗକୁ ଆସୁଛି ପୌର ଓ ପଞ୍ଚାୟତ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ଧୀରେ ଧୀରେ ତାର ସଂଗଠନକୁ ମଜଭୁତ କରିବାରେ ଲାଗିଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ମଧ୍ୟ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ବିଗତ କିଛି ଦିନ ହେଲା ବିଜେପି ଏହାର ସାଙ୍ଗଠନିକ ଭିତ୍ତିଭୂମିକୁ ସଜାଡ଼ିବାରେ ଲାଗିଛି ଏବଂ ନିଜକୁ ଶକ୍ତିଶାଳୀ କରିବାକୁ ପ୍ରୟାସ କରୁଛି।

ପୂର୍ବରୁ ବିଭିନ୍ନ ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ନିଜର ଶକ୍ତି ପ୍ରଦର୍ଶନ କରିସାରିଥିବାସ୍ଥଳେ ଆଜି ବାଣପୁର ନଗର ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ବାବା ବୋଖାରି କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟ ଅତିଥିଭାବେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ର, ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ ଓ ବାଣପୁର ନଗର ମଣ୍ଡଳ ସଭାପତି ଭଗବାନ ପ୍ରଧାନ ଆଦି ଯୋଗ ଦେଇଥିଲେ।

ଉକ୍ତ ସଭାରେ ବାଣପୁର ଏନଏସିର ଶତାଧିକ ପୁରୁଷ ଓ ମହିଳା କର୍ମୀମାନେ ଯୋଗଦେଇ ଆଗାମୀ ପୌର ନିର୍ବାଚନରେ ବିଜେପିକୁ ବିପୁଳ ଭୋଟରେ ଜିତେଇବା ପାଇଁ ଦୃଢ଼ ସଂକଳ୍ପ ନେଇଥିଲେ। ଭାରତର ଜନପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶର ମନ୍ତ୍ରକୁ ଘରେ ଘରେ ପହଞ୍ଚାଇବା ପାଇଁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ଭାବେ ଦୀର୍ଘ ବର୍ଷ ଧରି ଦୁର୍ନୀତିରେ ଜଡିତ ଥିବା ବିଜେଡି ସରକାରକୁ ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନରେ ଚିଲିକା ବାସି ପ୍ରତ୍ୟାଖ୍ୟାନ କରି ବିଜେପିକୁ ଜିତାଇବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ମତ ରଖିଥିଲେ। ସଭା ଶେଷରେ ଆଗାମୀ ପୌର ନିର୍ବାଚନ ପରିଚାଳନା ପାଇଁ ପ୍ରତି ୱାର୍ଡର ୱାର୍ଡ ପ୍ରଭାରୀମାନଙ୍କୁ ଦଳ ପକ୍ଷରୁ ନିଯୁକ୍ତି କରାଯାଇଥିଲା।

ବୈଠକ ପରେ ଚିଲିକାର ବିଶିଷ୍ଟ ସମାଜସେବୀ ତଥା ବାଲୁଗାଁ ଏନଏସିର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ଅଶୋକ ଦାସଙ୍କ ବାଣପୁର ସ୍ଥିତ ବାସଭବନକୁ ଯାଇଥିଲେ। ସ୍ବର୍ଗତ ଅଶୋକଙ୍କ ଦ୍ଵାଦଶାହ କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଉକ୍ତ ବୈଠକରେ ଯୋଗଦେବା ପୂର୍ବରୁ ତାଙ୍କୁ ବାଲୁଗାଁ ଗାନ୍ଧୀଛକରେ ବାଲୁଗାଁ ନଗର ବିଜେପି ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ସେହିପରି ଭାବେ ଗାନ୍ଧୀଛକରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରୀ ମହାନ୍ତି ମାଲ୍ୟାର୍ପଣ କରିଥିଲେ। ଏବଂ ଶ୍ରୀ ମହାନ୍ତି ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା ‘ ଭଗବତୀ ମନ୍ଦିରରେ ମା’ ଙ୍କ ଦର୍ଶନ ମଧ୍ୟ କରିଥିଲେ।

ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.