Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିଜେପି ବିରଜାଈ ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ବିଜେପି ବିରଜାଈ ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

August 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ଧୀରେ ଧୀରେ ତାର ସଂଗଠନକୁ ମଜଭୁତ କରିବାରେ ଲାଗିଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ମଧ୍ୟ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ବିଗତ କିଛି ଦିନ ହେଲା ବିଜେପି ଏହାର ସାଙ୍ଗଠନିକ ଭିତ୍ତିଭୂମିକୁ ସଜାଡ଼ିବାରେ ଲାଗିଛି ଏବଂ ନିଜକୁ ଶକ୍ତିଶାଳୀ କରିବାକୁ ପ୍ରୟାସ କରୁଛି।

ପୂର୍ବରୁ ବିଭିନ୍ନ ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ନିଜର ଶକ୍ତି ପ୍ରଦର୍ଶନ କରିସାରିଥିବାସ୍ଥଳେ ଆଜି ବାଣପୁର ସ୍ଥିତ ବିରଜାଈ ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ଉତ୍ତରାୟୀଣି ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିରଜାଈ ମଣ୍ଡଳ ସଭାପତି ତଥା ଭେଟେଶ୍ୱର ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କ ସଭାପତିତ୍ୱରେ ଉକ୍ତ ବୈଠକ ଅନୁଷ୍ଠିତ ହୋଇଥିବାସ୍ଥଳେ ଅତିଥିଭାବେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଚଳଚ୍ଚିତ୍ର ଅଭିନେତା ହରିହର ମହାପାତ୍ର, ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଆଦି ଭାରତ ମାତାଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ବଳନ କରି ବୈଠକକୁ ଅନୁଷ୍ଠାନିକ ରୂପେ ଆରମ୍ଭ କରିଥିଲେ।

ଉକ୍ତ ସଭାରେ ବିରଜାଈ ମଣ୍ଡଳର ଶତାଧିକ ପୁରୁଷ ଓ ମହିଳା କର୍ମୀମାନେ ଯୋଗଦେଇ ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେପିକୁ ବିପୁଳ ଭୋଟରେ ଜିତେଇବା ପାଇଁ ଦୃଢ଼ ସଂକଳ୍ପ ନେଇଥିଲେ। ଭାରତର ଜନପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶର ମନ୍ତ୍ରକୁ ଘରେ ଘରେ ପହଞ୍ଚାଇବା ପାଇଁ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ଭାବେ ଦୀର୍ଘ ବର୍ଷ ଧରି ଦୁର୍ନୀତିରେ ଜଡିତ ଥିବା ବିଜେଡି ସରକାରକୁ ଆଗାମୀ ପଞ୍ଚାୟତ ନିର୍ବାଚନରେ ଚିଲିକା ବାସି ପ୍ରତ୍ୟାଖ୍ୟାନ କରି ବିଜେପିକୁ ଜିତାଇବେ ବୋଲି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ମତ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ରାଜ୍ୟ ପରିଷଦ ସଭ୍ୟ ମାଧବ ଦଳେଇ, ଜିଲ୍ଲା ପରିଷଦ ସଭ୍ୟ ଅମରେନ୍ଦ୍ର ରଣସିଂହ, ବାମନ ଦାସ, ଜିତେନ୍ଦ୍ର ସାମନ୍ତରାୟ, ଦେବବ୍ରତ ବଡ଼ଜେନା, ଶତ୍ରୁଘ୍ନ ସାହୁ, ବିଜୟ ବିଶ୍ୱାଳ, ପ୍ରତିମା ଦେଇ ଆଦି ଉପସ୍ଥିତି ଥିଲେ।

ଚିଲିକା ନିର୍ବାଚନମଣ୍ଡଳୀ ପଞ୍ଚାୟତ ନିର୍ବାଚନ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବାଣପୁର ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Latest News

ରେଢ଼ାଖୋଲରେ ଓଡିଶା ବନ୍ଦର ପ୍ରଭାବ: ଜାତୀୟ ରାଜପଥକୁ ୬ ଘଣ୍ଟା ଧରି ଅବରୋଧ

October 8, 2026

ବାଦ ପଡ଼ିଲା ପାକିସ୍ତାନ: ଭାରତରେ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫିରେ ବାଂଲାଦେଶ ସାମିଲ

October 8, 2026

SIRକୁ ସମର୍ଥନ କଲେ ୪୨ ଅବସରପ୍ରାପ୍ତ ବିଚାରପତି: ଖୋଲା ଚିଠି ଲେଖି ଦେଶକୁ ଦେଲେ ଚେତାବନୀ

October 8, 2026

ବ୍ୟାସନଗର କଲେଜରେ ବୋମାମାଡ଼ : ନିର୍ବାଚନ ପୂର୍ବରୁ ଅଶାନ୍ତ କ୍ୟାମ୍ପସ୍‌

October 8, 2026

ଓଏଏସ ଅଧିକାରୀ ସ୍ତରରେ ବଡ଼ ଅଦଳବଦଳ

October 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.