Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ବାଲୁଗାଁ ନଗର ମଣ୍ଡଳର କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ
ଆଞ୍ଚଳିକ

ବିଜେପି ବାଲୁଗାଁ ନଗର ମଣ୍ଡଳର କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

August 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଗକୁ ଆସୁଛି ପୌର ନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ଧୀରେ ଧୀରେ ତାର ସଂଗଠନକୁ ମଜଭୁତ କରିବାରେ ଲାଗିଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ମଧ୍ୟ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି।

ବିଗତ କିଛି ଦିନ ହେଲା ବିଜେପି ଏହାର ସାଙ୍ଗଠନିକ ଭିତ୍ତିଭୂମିକୁ ସଜାଡ଼ିବାରେ ଲାଗିଛି ଏବଂ ନିଜକୁ ଶକ୍ତିଶାଳୀ କରିବାକୁ ପ୍ରୟାସ କରୁଛି। ପୂର୍ବରୁ ବିଭିନ୍ନ ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ନିଜର ଶକ୍ତି ପ୍ରଦର୍ଶନ କରିସାରିଥିବାସ୍ଥଳେ ବୁଧବାର ଦିନ ବାଲୁଗାଁ ନଗର ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବାଲୁଗାଁ ଏନଏସି ସ୍ଥିତ ଉମାମହେଶ୍ୱର ବଣିକ ସଂଘ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।

ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠିଙ୍କ ସଭାପତିତ୍ୱରେ ଉକ୍ତ ବୈଠକ ଅନୁଷ୍ଠିତ ହୋଇଥିବା ସ୍ଥଳେ ମୁଖ୍ୟ ଅତିଥିଭାବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏବଂ ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ର ଯୋଗ ଦେଇ ଭାରତ ମାତାଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ବଳନ କରି ବୈଠକକୁ ଅନୁଷ୍ଠାନିକ ରୂପେ ଆରମ୍ଭ କରିଥିଲେ।

ଉକ୍ତ ସଭାରେ ବାଲୁଗାଁ ନଗର ମଣ୍ଡଳର ଶତାଧିକ ପୁରୁଷ ଓ ମହିଳା କର୍ମୀମାନେ ଯୋଗଦେଇ ଆଗାମୀ ପୌର ନିର୍ବାଚନରେ ବିଜେପିକୁ ବିପୁଳ ଭୋଟରେ ଜିତେଇବା ପାଇଁ ଦୃଢ଼ ସଂକଳ୍ପ ନେଇଥିଲେ। ଭାରତର ଜନପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶର ମନ୍ତ୍ରକୁ ଘରେ ଘରେ ପହଞ୍ଚାଇବା ପାଇଁ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ଭାବେ ଦୀର୍ଘ ବର୍ଷ ଧରି ଦୁର୍ନୀତିରେ ଜଡିତ ଥିବା ବିଜେଡି ସରକାରକୁ ଆଗାମୀ ପୌର ନିର୍ବାଚନରେ ଚିଲିକା ବାସି ପ୍ରତ୍ୟାଖ୍ୟାନ କରି ବିଜେପିକୁ ଜିତାଇବେ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ମତ ରଖିଥିଲେ।

କାର୍ଯ୍ୟକାରିଣୀ ବୈଠକ ପୌର ନିର୍ବାଚନ ରାଜ୍ୟ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

July 18, 2026

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.