Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୋଆରେ ଜାତୀୟ ପୋଷଣ ଦିବସ ପାଳନ
ଆଞ୍ଚଳିକ

ସୋଆରେ ଜାତୀୟ ପୋଷଣ ଦିବସ ପାଳନ

September 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆଇଏମ୍‌ଏସ ଆଣ୍ଡ ସମ୍ ହସ୍ପିଟାଲ୍‌ର ଖାଦ୍ୟ ଓ ପୋଷଣ ବିଭାଗ ପକ୍ଷରୁ ଜାତୀୟ ପୋଷଣ ମାସ ପାଳନ କରାଯାଇଛି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଖାଦ୍ୟ ଓ ପୋଷଣ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ମେଡିକାଲ୍ ସୁପରିଟେଣ୍ଡେଂଟ ଡଃ ପୁଷ୍ପରାଜ ସାମନ୍ତସିଂହାର, ସୋଆ ପରିଚାଳିତ ଫ୍ୟାକଲ୍ଟି ଅଫ ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟର ଆଡ୍‌ଭାଇଜର ଓ ଡିନ୍ ପ୍ରଫେସର ଶିତିକଣ୍ଠ ମିଶ୍ର, ସମ୍‌ର ଶିଶୁ ରୋଗ ବିଭାଗର ମୁଖ୍ୟ ପ୍ରଫେସର ମମତା ଦେବୀ ମହାନ୍ତି, ଖାଦ୍ୟ ଓ ପୋଷଣ ବିଭାଗର ମୁଖ୍ୟ ପୁଷ୍ପାଞ୍ଜଳି ମିଶ୍ର, ନର୍ସିଂ ସୁପରିଟେଣ୍ଡେଂଟ୍ ମିନତୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ବର୍ତ୍ତମାନ ସାରା ବିଶ୍ୱରେ ପ୍ରତ୍ୟେକ ବ୍ୟକ୍ତି କର୍ମ ବ୍ୟସ୍ତତା ଯୋଗୁଁ ଚାପରେ ଜୀବନ କଟାଉଛନ୍ତି। ଏହା ମଧ୍ୟରେ ନିଜ ଶରୀରର ଯତ୍ନ ଓ ସନ୍ତୁଳିତ, ସୁଷମ ଆହାର ଓ ପାନୀୟର ଆବଶ୍ୟକତା ଅତ୍ୟନ୍ତ ଜରୁରୀ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। ଏହାର ଉପାଦେୟତା ଓ ଆବଶ୍ୟକତା ଉପରେ ବକ୍ତାମାନେ ଆଲୋକପାତ କରି ସେମାନଙ୍କର ବକ୍ତବ୍ୟ ପ୍ରଦାନ କରିଥିଲେ। ବିଭାଗ ଦ୍ୱାରା ଆୟୋଜିତ ବିଭିନ୍ନ ସୁଷମ ଖାଦ୍ୟର ନମୂନା ପ୍ରଦର୍ଶନୀ ଆୟୋଜିତ କରାଯାଇଥିଲା।

ଚଳିତ ବର୍ଷ ସେପ୍ଟେମ୍ବର ମାସର କାର୍ଯ୍ୟକ୍ରମକୁ ଚାରି ଭାଗରେ ବିଭକ୍ତ କରାଯାଇଛି। ପ୍ରଥମ ସପ୍ତାହରେ ବୃକ୍ଷ ରୋପଣ, ୨ୟ ସପ୍ତାହରେ ଯୋଗ ଓ ବ୍ୟାୟାମ, ୩ୟ ସପ୍ତାହରେ ଶିଶୁମାନଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା କିଟ୍ ବଂଟନ ଏବଂ ୪ର୍ଥ ସପ୍ତାହରେ ଶିଶୁ ପୁଷ୍ଟିହୀନତା ରୋଗ ନିରୂପଣ ସଚେତନତା କାର୍ଯ୍ୟକ୍ରମ ରଖାଯାଇଛି।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ଓ ପୋଷଣ ବିଭାଗର ସୂର୍ଯ୍ୟାଶିଖା ମହାନ୍ତି, ସୁଗନ୍ଧା ମହାପାତ୍ର, ସୁଶ୍ରୀତନୟା ବରାଳ, ଚନ୍ଦ୍ରିମା ସେନାପତି, ରୋଜାଲିନ୍ ତ୍ରିପାଠୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ସେହିପରି ଓ.ଏସ୍‌.ଡି ଡଃ ପ୍ରହଲ୍ଲାଦ ମହାନ୍ତି ଓ ରୋଗୀସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଡଃ ଲିଙ୍ଗରାଜ ରଥ ପ୍ରମୁଖ ଉପସ୍ଥିତ ଥିଲେ।

ଶିକ୍ଷା ଓ ଅନୁସନ୍ଧାନ ସମ୍ ହସ୍ପିଟାଲ୍ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ

August 12, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ସୋଆରେ ବିକଶିତ ଭାରତ ୟୁବା କନେକ୍ଟ ପ୍ରୋଗ୍ରାମ୍ ଆୟୋଜିତ

August 10, 2026
Latest News

ପ୍ରବଳ ବର୍ଷା: ମୟୂରଭଞ୍ଜରେ ଆଜି ସବୁ ସ୍କୁଲ୍ ବନ୍ଦ

August 14, 2026

ମାଥିଲି ଆଇ.ଟି.ଆଇ.ରେ ଇଭି ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ଶିଳ୍ପ ମନ୍ତ୍ରୀ

August 14, 2026

ବାଂଲାଦେଶ ଗସ୍ତ କରିବ କି ଟିମ୍ ଇଣ୍ଡିଆ?: ବିସିସିଆଇ ଜାରି କଲା ଅପଡେଟ୍‌

August 14, 2026

ଶକ୍ତି ବିଭାଗର ବିଭିନ୍ନ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 14, 2026

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.