Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ସଦର ମହକୁମାରେ ଆଜାଦି କା ଅମୃତ ମହୋତ୍ସବ ପାଳିତ
ଆଞ୍ଚଳିକ

ଜଗତସିଂହପୁର ସଦର ମହକୁମାରେ ଆଜାଦି କା ଅମୃତ ମହୋତ୍ସବ ପାଳିତ

September 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନ ଓ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୁଲ୍ୟରେ ଆଜାଦି କା ଅମୃତ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ଆଜାଦି କା ଅମୃତ ମହୋତ୍ସବରେ ସମସ୍ତଙ୍କୁ ସୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ଦେଶ ସ୍ୱାଧୀନତା ପାଇଁ ଅନେକ ବରପୁତ୍ର ମାନେ ବଳିଦାନ ଦେଇଥିବା ବେଳେ ଅନେକ ଯୁବକ ସାମିଲ ହୋଇ ବ୍ରିଟିଶ୍ ବିରୁଦ୍ଧରେ ସଂଗ୍ରାମ କରିଥିଲେ।

ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ଯୋଗଦେଇ ଭାରତର ମ ହାନ ସ୍ୱାଧୀନତା ସଂଗ୍ରାମୀ ବରପୁତ୍ର ମାନଙ୍କର ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଯୁବବର୍ଗଙ୍କୁ ଆହ୍ବାନ ଦେଇଥିଲେ। ଏହି ଉତ୍ସବରେ ଉପଜିଲ୍ଲାପାଳ ଧର୍ମେନ୍ଦ୍ର ମଲ୍ଲିକ ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ ,ଜିଲ୍ଲା କ୍ରିଡା ଅଧିକାରୀଣୀ ବିଶ୍ୱ ବିଜୟିନୀ ପଟ୍ଟନାୟକ ,ଆଦିକବି ସାରଳା ଦାସ ମହାବିଦ୍ୟାଳୟର ପୂର୍ବତନ ଏନ୍.ଏସ୍.ଏସ୍ ପ୍ରୋଗ୍ରାମ ଅଫିସର ଅଶୋକ କୁମାର ପରିଡ଼ା, ଏସ୍.ଭି.ଏମ୍ ,ଏନ୍.ଏସ୍.ଏସ୍ ପ୍ରୋଗ୍ରାମ ଅଫିସର ଜିତୁ ପ୍ରସାଦ ମଲ୍ଲିକ ,ପୂର୍ବତନ ପୌରପାଳ ମଧୁସୂଦନ ସାହୁ ,ବିଜୟ ଲକ୍ଷ୍ମୀ ମହାପାତ୍ର ,ଗୋବିନ୍ଦ ଓଝା ,ଏନ୍.ଏସ୍.ଏସ୍ ର ଛାତ୍ରଛାତ୍ରୀ ,ନେହେରୁ ଯୁବକେନ୍ଦ୍ରର ସଭ୍ୟ ସଭ୍ୟା ଓ ଗ୍ରାମାଞ୍ଚଳର ଯୁବକ ଯୁବତୀ ମାନେ ଉପସ୍ଥିତ ଥିଲେ। ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଗାନ୍ଧୀଛକ ଠାରୁ ଏକ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।

ଗାନ୍ଧିଛକ ଠାରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ମାଲ୍ୟାର୍ପଣ କରିବା ପରେ ଏହି ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ। ପରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ,ପ୍ରାଣକୃଷ୍ଣ ପଢିହାରୀ ଓ ମାଳତୀ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବାବା ସାହେବ ଆମ୍ବେଦକର ,ମଧୁବାବୁ, ନବକୃଷ୍ଣ ଚୌଧୁରୀ ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ଅବସରରେ ଆୟୋଜିତ ଉତ୍ସବରେ ପୂର୍ବତନ ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ ଅଧ୍ୟକ୍ଷତା କରି ଦେଶକୁ ସ୍ୱାଧୀନତା ଆଣିଥିବା ବରପୁତ୍ର ମାନଙ୍କର ସ୍ମୃତିଚାରଣ କରିଥିଲେ।

ଶେଷରେ ନେହେରୁ ଯୁବକନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ନିଖିଲ କୋକୁଲା ଧନ୍ୟବାଦ ଅର୍ପଣ କରିଥିଲେ। ନେହେରୁ ଯୁବକେନ୍ଦ୍ରର ସହକାରୀ ପବିତ୍ର ମୋହନ ସୁବୁଦ୍ଧି ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ।

ଜଗତସିଂହପୁର ସଂଗ୍ରାମ କେଶରୀ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.