Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଇ.ଏମ.ଏସ ଓ ସମ୍ ହସ୍ପିଟାଲରେ ଗୁରୁଦିବସ ପାଳନ
ଆଞ୍ଚଳିକ

ଆଇ.ଏମ.ଏସ ଓ ସମ୍ ହସ୍ପିଟାଲରେ ଗୁରୁଦିବସ ପାଳନ

September 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇ.ଏମ.ଏସ ଓ ସମ ହସ୍ପିଟାଲରେ ସୋମବାର ଗୁରୁଦିବସ ପାଳନ କରାଯାଇଅଛି। ପ୍ରତି ବର୍ଷ ପରି ପୂର୍ବତନ ରାଷ୍ଟ୍ରପତି ତଥା ଶିକ୍ଷାବିତ୍ ଡ. ସର୍ବପଲ୍ଲି ରାଧାକ୍ରିଷ୍ଣଙ୍କ ସ୍ମୃତିଚାରଣରେ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରାଯାଇଥିଲା।

ଗୁରୁକୁଳ ପରମ୍ପରାର ଆଦର୍ଶ ଓ ମହାନତାକୁ ଆଖିରେ ରଖି ଛାତ୍ର ଓ ଗୁରୁଙ୍କ ମଧ୍ୟରେ କିପରି ପବିତ୍ର ସମ୍ପର୍କ ରହିବ ଏବଂ ଛାତ୍ରଛାତ୍ରିମାନେ କିପରି ଅଗାଧ ଜ୍ଞାନରୂପ ଅଧିକାରି ହେବେ ଏହା ଥିଲା କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।

ଅନୁଷ୍ଠାନର ଡିନ୍ ପ୍ରଫେସର ଡ. ଗଙ୍ଗାଧର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରାରମ୍ଭିକ ସୂଚନା ମାଧ୍ୟମରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ମୁଖ୍ୟ ଅତିଥି ସୋଆ କୁଳପତି ପ୍ରଫେସର ଡ. ଅଶୋକ କୁମାର ମହାପାତ୍ର, ପ୍ରଫେସର ଡ. ସୁରେଶ୍ୱର ମହାନ୍ତି, ପ୍ରଫେସର ଡ. ତ୍ରିଲୋଚନ ସାହୁ, ଅଧିକ୍ଷକ ପ୍ରଫେସର ଡ. ପୁଷ୍ପରାଜ ସାମନ୍ତସିଂହାର ପ୍ରମୁଖ ଗୁରୁ ଓ ଶିସ୍ୟଙ୍କ ମହାନତା ଉପରେ ଆଲୋକପାତ କରିଥିଲେ।

ଏ ବର୍ଷର ଥିମ୍ ଥିଲା “ଗବେଷଣା ଏବଂ ତାର ପ୍ରସାରଣ’। ଏହି ଉତ୍ସବରେ କୃତିସଫଳ ୧୦ ଜଣ ଗବେଷକଙ୍କୁ ସମ୍ମାନିତ କରାଯାଇଥିଲା। ସେହିପରି ସାତ ଜଣ ଗ୍ରାଜୁଏଟ୍ ଛାତ୍ର, ଆଠଜଣ ପୋଷ୍ଟ ଗ୍ରାଜୁଏଟ୍‌, ଦୁଇଜଣ ଡିଏମଓ ଏମ.ସି.ଏଚ ବିଦ୍ୟାର୍ଥି ଓ ବାରଜଣ ଚିକିତ୍ସାବିଦ୍‌ଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ନୂତନ ଭାବେ ଯୋଗଦାନ କରିଥିବା ଚାରିଜଣ ପ୍ରଫେସରଙ୍କୁ ସ୍ୱାଗତ କରାଯାଇଥିଲା।

ଶେଷରେ ଅନୁଷ୍ଠାନର ଆଡିସନାଲ ଡିନ୍ ପ୍ରଫେସର ଡ. ଅଜୟ କୁମାର ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ। ସୂଚନାଯୋଗ୍ୟ ଏହି କାର୍ଯ୍ୟକ୍ରମରେ କୋଭିଡ ନିୟମ ଅନୁଯାୟୀ ୩୦ ଜଣ ଫାକଲଟି ଉପସ୍ଥିତ ଥିବାବେଳେ ଅନ୍ୟାନ୍ୟ ସମସ୍ତେ ଭର୍ଚୁଆଲରେ ଥିଲେ।

ଆଇ.ଏମ.ଏସ ସମ୍‌ ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.