Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ତହସିଲଦାରଙ୍କ ନିକଟରେ ଆପତ୍ତି ଓ ଅଭିଯୋଗ ଜଣାଇଲେ ଶତାଧିକ ଆଦିବାସୀ ମହିଳା ଓ ପୁରୁଷ
ଆଞ୍ଚଳିକ

ବାଣପୁର: ତହସିଲଦାରଙ୍କ ନିକଟରେ ଆପତ୍ତି ଓ ଅଭିଯୋଗ ଜଣାଇଲେ ଶତାଧିକ ଆଦିବାସୀ ମହିଳା ଓ ପୁରୁଷ

September 6, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନୀଳାଦ୍ରିପ୍ରସାଦ ଓ ଦାମିଆ ବରବରା ପଞ୍ଚାୟତର ଶତାଧିକ ମହିଳା ଓ ପୁରୁଷ ତହସିଲଦାରଙ୍କୁ ଭେଟି ସେମାନଙ୍କ ଆପତ୍ତି ଓ ଅଭିଯୋଗ ଜଣାଇଛନ୍ତି। ପ୍ରବଳ ବର୍ଷା ସତ୍ତ୍ୱେ ବାଣପୁର ଆସି ସେମାନେ ତହସିଲଦାରଙ୍କ ନିକଟରେ ଆପତ୍ତି ଓ ଅଭିଯୋଗ ଜଣାଇଛନ୍ତି।

ଦୀର୍ଘଦିନ ହେବ ଦୁଇଟି ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତର ଆଦିବାସୀମାନେ ନିଜର ସାମ୍ବିଧାନିକ ଅଧିକାର ତଥା ଜୀବନଜୀବିକା ପାଇଁ ସଙ୍ଘର୍ଷ କରିଆସୁଛନ୍ତି। ସେମାନଙ୍କର ବାପା ଅଜା ଅମଳରୁ ଚାଷ ବାସ କରି ଚଳି ଆସୁଥିବା ଜଙ୍ଗଲ ଜମିକୁ ନିଜ ନାମରେ କରିବା ପାଇଁ ଆବେଦନ କରିଆସୁଥିଲେ ମଧ୍ୟ ଆଜିଯାଏଁ ହାତ ଗଣତି କିଛି ଆଦିବାସୀଙ୍କୁ ମିଳିଥିବାବେଳେ ଅନ୍ୟମାନଙ୍କୁ ଆଜି ପର୍ଯ୍ୟନ୍ତ ଜମି ପଟ୍ଟା ମିଳିପାରି ନାହିଁ।

ରାଜ୍ୟ ସରକାରଙ୍କ ୨୦୦୬ ଜଙ୍ଗଲ ଅଧିକାର ଆଇନ୍ ମୁତାବକ ନିଜ ଗ୍ରାମରେ ଗ୍ରାମସଭା ଜଙ୍ଗଲ କମିଟି ମାଧ୍ୟମରେ ପଟ୍ଟା ପାଇଁ ଆବେଦନ କରାଯାଇଛି। ଜଙ୍ଗଲରେ ଥିବା ଜମିକୁ ଉଭୟ ରାଜସ୍ବ ଓ ଜଙ୍ଗଲ ବିଭାଗ ପକ୍ଷରୁ ମାପ ଚିହ୍ନଟ କରି ପ୍ରତ୍ୟେକ ଆଦିବାସୀଙ୍କୁ ତାଙ୍କ ଦଖଲ ଜମିର ବ୍ୟକ୍ତିଗତ ଅଧିକାର ଓ ଭୋଗ କରୁଥିବା ଜଙ୍ଗଲକୁ ଗୋଷ୍ଠୀ ଅଧିକାର ରୁପେ ପ୍ରଦାନ କରାଯିବା କଥା। କିନ୍ତୁ ଆଇନ ହେବାର ଦୀର୍ଘ ୧୫ ବର୍ଷ ବିତିଯାଇଥିଲେ ମଧ୍ୟ ବାଣପୁରର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଉକ୍ତ ଆଇନ କାଯ୍ୟକାରିତାର କୌଣସି ସୁଫଳ ଦେଖିବାକୁ ମିଳିପାରିନାହିଁ।

ତେଣୁ ଆଜି ଉକ୍ତ ଅଞ୍ଚଳର ଯୁବସାଥି ନୀଳକଣ୍ଠ ଶବର, ପ୍ରଦୀପ ଶବର, ରୋହିତ ଶବର, ଲକ୍ଷ୍ମଣ ଶବର, ସଲମନ ଶବର, ହରମୋହନ ଜାନି, ସାବିତ୍ରୀ ଶବର ଓ ମାଣିକ ଶବରଙ୍କ ନେତୃତ୍ଵରେ ଆଦିବାସୀ ମାନେ ନିଜ ସମସ୍ୟା ସମ୍ପର୍କରେ ତହସିଲଦାରଙ୍କ ସହ ଆଲୋଚନା କରିବା ସହିତ ସେମାନଙ୍କର ନିଜ ଜମି ପଟ୍ଟାରେ ତ୍ରୁଟିପୂର୍ଣ୍ଣ ଜାତି ଲେଖାଯାଇଥିବା ପ୍ରାୟ ୫୦ରୁ ଉର୍ଦ୍ଧ ପଟ୍ଟାଗୁଡିକର ସଂଶୋଧନ ନିମନ୍ତେ ତହସିଲଦାରଙ୍କୁ ପଟ୍ଟା ସମ୍ବନ୍ଧୀୟ କାଗଜପତ୍ର ପ୍ରଦାନ କରିଛନ୍ତି।

ଉକ୍ତ କାର୍ଯ୍ୟକର୍ମରେ ଏକତା ପରିଷଦ ଟ୍ରଷ୍ଟ, ବାଣପୁରର ଅଧ୍ୟକ୍ଷା ସନ୍ଧ୍ୟାଦେବି ଏବଂ କର୍ମକର୍ତ୍ତା ମାନେ ଯଥା ତାରାପ୍ରସାଦ ବାରିକ୍, ଜିତେନ୍ଦ୍ର ବରାଳ, ଟୁନି ଦାସ ଇତ୍ୟାଦି ଉପସ୍ଥିତ ରହି ସେମାନଙ୍କୁ ସହଯୋଗ କରିଥିଲେ।

ଦାମିଆ ବରବରା ନୀଳାଦ୍ରିପ୍ରସାଦ ବାଣପୁର ତହସିଲଦାର ବାଣପୁର ବ୍ଲକ ଶତାଧିକ ମହିଳା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.