Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

October 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଆଜି ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଉତ୍ସବରେ ମହାବିଦ୍ୟାଳୟର ଶୈକ୍ଷିକ ପରମ୍ପରା ସହ ଛାତ୍ର ଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ତଥା ବୃତ୍ତି ସମ୍ପର୍କରେ ଅବଗତ କରାଯାଇଛି। ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶ ଉତ୍ସବରେ ପ୍ରଥମେ ଯୁକ୍ତ ତିନି ଛାତ୍ର ଛାତ୍ରୀମାନେ ଚନ୍ଦନ ପୁଷ୍ପ ଅର୍ପଣ କରି ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

ମହାବିଦ୍ୟାଳୟର ଅଧ୍ୟକ୍ଷା ବିନତି ମଞ୍ଜରୀ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ, ପ୍ରାଧ୍ୟାପିକା ଡକ୍ଟର ଜୟନ୍ତୀ ସାମଲ, ପ୍ରାଧ୍ୟାପକ ଅକ୍ଷୟ କୁମାର ମହାପାତ୍ର, ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ବିଦ୍ୟାଧର ଜୁଝାରସିଂହ, ପତିତପାବନ ପଣ୍ଡା, ବିଜୟ କୁମାର ରାଉତ ପ୍ରମୁଖ ଯୋଗଦେଇ ମହାବିଦ୍ୟାଳୟର ଇତିହାସ, ବିକାଶ, ବୃତ୍ତିଗତ ସୁବିଧା, କ୍ରୀଡା ପ୍ରତିଯୋଗିତା, ବୌଦ୍ଧିକ କାର୍ଯ୍ୟକ୍ରମ, ପରୀକ୍ଷା ବ୍ୟବସ୍ଥା, ସର୍ଜନତ୍ମକ କାର୍ଯ୍ୟକ୍ରମ, ସହ-ପାଠ୍ୟକ୍ରମ, କୋଭିଡ୍ କଟକଣା, ଦୈନନ୍ଦିନ ନିୟମାବଳୀ ଆଦି ଅନେକ ସୁବିଧା ସୁଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି।

ଛାତ୍ରୀ ମନସ୍ମିନି ପଣ୍ଡା ଓ ସସ୍ମିତା ଦାଶ ସେମାନଙ୍କର ପ୍ରଥମ ଦିନର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। କାର୍ଯ୍ୟକ୍ରମକୁ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ସଂଯୋଜନା କରିବା ସହ ଧନ୍ୟବାଦ ପ୍ରଦାନ କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟ ବୃତ୍ତି ସ୍ୱାଗତ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.