Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

October 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଆଜି ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଉତ୍ସବରେ ମହାବିଦ୍ୟାଳୟର ଶୈକ୍ଷିକ ପରମ୍ପରା ସହ ଛାତ୍ର ଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ତଥା ବୃତ୍ତି ସମ୍ପର୍କରେ ଅବଗତ କରାଯାଇଛି। ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶ ଉତ୍ସବରେ ପ୍ରଥମେ ଯୁକ୍ତ ତିନି ଛାତ୍ର ଛାତ୍ରୀମାନେ ଚନ୍ଦନ ପୁଷ୍ପ ଅର୍ପଣ କରି ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

ମହାବିଦ୍ୟାଳୟର ଅଧ୍ୟକ୍ଷା ବିନତି ମଞ୍ଜରୀ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ, ପ୍ରାଧ୍ୟାପିକା ଡକ୍ଟର ଜୟନ୍ତୀ ସାମଲ, ପ୍ରାଧ୍ୟାପକ ଅକ୍ଷୟ କୁମାର ମହାପାତ୍ର, ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ବିଦ୍ୟାଧର ଜୁଝାରସିଂହ, ପତିତପାବନ ପଣ୍ଡା, ବିଜୟ କୁମାର ରାଉତ ପ୍ରମୁଖ ଯୋଗଦେଇ ମହାବିଦ୍ୟାଳୟର ଇତିହାସ, ବିକାଶ, ବୃତ୍ତିଗତ ସୁବିଧା, କ୍ରୀଡା ପ୍ରତିଯୋଗିତା, ବୌଦ୍ଧିକ କାର୍ଯ୍ୟକ୍ରମ, ପରୀକ୍ଷା ବ୍ୟବସ୍ଥା, ସର୍ଜନତ୍ମକ କାର୍ଯ୍ୟକ୍ରମ, ସହ-ପାଠ୍ୟକ୍ରମ, କୋଭିଡ୍ କଟକଣା, ଦୈନନ୍ଦିନ ନିୟମାବଳୀ ଆଦି ଅନେକ ସୁବିଧା ସୁଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି।

ଛାତ୍ରୀ ମନସ୍ମିନି ପଣ୍ଡା ଓ ସସ୍ମିତା ଦାଶ ସେମାନଙ୍କର ପ୍ରଥମ ଦିନର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। କାର୍ଯ୍ୟକ୍ରମକୁ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ସଂଯୋଜନା କରିବା ସହ ଧନ୍ୟବାଦ ପ୍ରଦାନ କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟ ବୃତ୍ତି ସ୍ୱାଗତ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବାଧିକାର ଦିବସ ପାଳନ

December 11, 2025

ଚିଲିକାରେ ଅବକାରୀ ବିଭାଗର ଚଢାଉ: ୫୧୭ ଲିଟର ମହୁଲି ଜବତ, ୩ ଗିରଫ

December 10, 2025

ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା: ବାଲୁଗାଁ କଲେଜର ଛାତ୍ରଙ୍କୁ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ପଦକ

December 10, 2025

ଚିଲିକା: ବଡକୁଳ ଗ୍ରାମ ପଞ୍ଚାୟତ ପରିସରରେ ପ୍ରଶାସନିକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

December 8, 2025
Latest News

ସଙ୍କଟରୁ ଆତ୍ମବିଶ୍ୱାସ – ଭାରତୀୟ ବ୍ୟାଙ୍କିଙ୍ଗର ନୂତନ ପରିଚୟ

December 11, 2025

ସାମ୍ବାଦିକଙ୍କ କଲ୍ୟାଣ ପାଇଁ ସରକାର ପ୍ରତିବଦ୍ଧ: ସୂଚନା ଏବଂ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ

December 11, 2025

ଓଡ଼ିଶାରେ ସମବାୟ ସମିତିର ବିକାଶ ପାଇଁ 3,345.98 କୋଟି ଯୋଗାଇ ଦେଇଛି ଏନସିଡିସି: ଅମିତ ଶାହ

December 11, 2025

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

December 11, 2025

ରାଜସୁନାଖଳା ମହୋତ୍ସବ କାଉଁରୀ-୨୦୨୫: ଦର୍ଶକଙ୍କୁ ବିଭୋର କଲା ନେପାଳ ସିକିମର ମାରୁନି ନୃତ୍ୟ

December 11, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.