Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମମିତା ମେହେର ହତ୍ୟାକାଣ୍ଡ ଘଟଣା: ବାଲୁଗାଁ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲା ବିଜେପି ଯୁବ ମୋର୍ଚ୍ଚା
ଆଞ୍ଚଳିକ

ମମିତା ମେହେର ହତ୍ୟାକାଣ୍ଡ ଘଟଣା: ବାଲୁଗାଁ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲା ବିଜେପି ଯୁବ ମୋର୍ଚ୍ଚା

November 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: କଳାହାଣ୍ଡି ମହାଲିଙ୍ଗ ସନସାଇନ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ଘଟଣାରେ ନ୍ୟାୟ ପ୍ରଦାନ ଦାବି ନେଇ ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଥାନା ଘେରାଉ କରିଛି ଭାରତୀୟ ଜନତା ପାର୍ଟି। ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିବା ସହ ଥାନା ସମ୍ମୁଖରେ ମନ୍ତ୍ରୀଙ୍କ କୂଶପୁତ୍ତଳିକା ଦାହ କରିଛି ବିଜେପି। ବିଜେପି ଯୁବ ମୋର୍ଚ୍ଚା ସଭାପତି କାହ୍ନୁ ଚରଣ ପଲାଇଙ୍କ ନେତୃତ୍ୱରେ ବାଲୁଗାଁ ଗାନ୍ଧୀ ଛକ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ବାଲୁଗାଁ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ରାଜ୍ୟ ସରକାରଙ୍କ ବିରୁଦ୍ଧରେ ନାରାବାଜି ଦେବାସହ ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ପରିସର ଭୁକ୍ତ କରିବା ପାଇଁ ଦାବି କରାଯାଇଛି। ମମିତାଙ୍କ ପରିବାରକୁ ତୁରନ୍ତ ନ୍ୟାୟ ଦାବିରେ ବିଜେପି ପକ୍ଷରୁ ବାଲୁଗାଁ ଥାନା ଅଧିକାରୀ ରମାକାନ୍ତ ମହାଲିକଙ୍କୁ ଦାବିପତ୍ର ଦିଆଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠି, ସାଧାରଣ ସମ୍ପାଦକ ଅଜୟ ତରାଇ, ଲକ୍ଷ୍ମୀକାନ୍ତ ବେହେରା, ପ୍ରଶାନ୍ତ ପ୍ରଧାନ, ରତିକାନ୍ତ ତ୍ରିପାଠୀ, ପ୍ରଶାନ୍ତ ବେହେରା, ବବି ତରାଇ, ବୁଲାରାମ ପ୍ରଧାନ ଏବଂ ବରିଷ୍ଠ ନେତା ଲୋଚନ ମହାରଣା, ଯୁବ ନେତା ବାପୁନି ପ୍ରଧାନ ଏବଂ କେଦାର ମାଝୀଙ୍କ ସମେତ ବହୂ ବିଜେପି ଯୁବମୋର୍ଚ୍ଚା କର୍ମୀ ଯୋଗଦେଇଥିଲେ।

ବିଜେପି ଯୁବ ମୋର୍ଚ୍ଚା ମମିତା ମେହେର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

ନା ବିରାଟ, ନା ରୋହିତ…ଏହି ଭାରତୀୟ ଖେଳାଳିଙ୍କୁ ବୋଲିଂ କରିବା କଷ୍ଟ: ଜୋଫ୍ରା ଆର୍ଚରଙ୍କ ବଡ ବୟାନ

June 22, 2026

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.