Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନିଟ୍‌-୨୧ ପରୀକ୍ଷାରେ ସଫଳତା ପାଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦେଲା ଶ୍ରୀ ବିନାୟକ ଶିକ୍ଷାନୁଷ୍ଠାନ
ଆଞ୍ଚଳିକ

ନିଟ୍‌-୨୧ ପରୀକ୍ଷାରେ ସଫଳତା ପାଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦେଲା ଶ୍ରୀ ବିନାୟକ ଶିକ୍ଷାନୁଷ୍ଠାନ

November 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାର ଡାକ୍ତର ଅଭାବ ଦୂର କରିବା ସହ ଉନ୍ନତମାନର ଚିକିତ୍ସା ସେବା ଯୋଗାଇବା ଲକ୍ଷ୍ୟରେ ବଦ୍ଧପରିକର ଥିବା ଶ୍ରୀ ବିନାୟକ ଶିକ୍ଷାନୁଷ୍ଠାନ ଆଜି ତାର ସମ୍ବର୍ଦ୍ଧନା ଉତ୍ସବ ପାଳନ କରିଛି।

ଭୁବନେଶ୍ୱରସ୍ଥିତ ଆଇଆରସି ଭିଲେଜରେ ଥିବା ଶ୍ରୀ ବିନାୟକ ଶିକ୍ଷାନୁଷ୍ଠାନରେ ନିଟ୍‌-୨୧ (ମେଡ଼ିକାଲ ଏଣ୍ଟ୍ରାନ୍ସ) ପରୀକ୍ଷାରେ ସଫଳତା ପାଇଥିବା ଛାତ୍ରଛାତ୍ରୀଙ୍କୁ ଆନୁଷ୍ଠାନିକ ଭାବେ ସମ୍ବର୍ଦ୍ଧନା ଦିଆଯାଇଛି। ବିଶେଷକରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରୁ ଗରିବ ପିଲାମାନଙ୍କୁ ମାଗଣାରେ ଖାଦ୍ୟ, ରହଣୀ ଓ ଶିକ୍ଷା ପ୍ରଦାନ ବ୍ୟବସ୍ଥା କରିଥିବା ଶ୍ରୀ ବିନାୟକ ଶିକ୍ଷାନୁଷ୍ଠାନରୁ ଚଳିତବର୍ଷ ବହୁ ଛାତ୍ରଛାତ୍ରୀ ମେଡ଼ିକାଲ ଏଣ୍ଟ୍ରାନ୍ସ ପରୀକ୍ଷାରେ କୃତିତ୍ୱର ସହ ସଫଳତା ହାସଲ କରିପାରିଛନ୍ତି।

ଅନୁଷ୍ଠାନର ନିର୍ଦ୍ଦେଶକ ସଞ୍ଜୟ ରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚାଲିଥିବା ଶ୍ରୀ ବିନାୟକ ଅନୁଷ୍ଠାନରେ କେବଳ ଗ୍ରାମାଞ୍ଚଳରୁ ଗରିବ ଛାତ୍ରଛାତ୍ରୀଙ୍କୁ ଆଣି ମାଗଣାରେ ଶିକ୍ଷା ପ୍ରଦାନର ବ୍ୟବସ୍ଥା ଉପଲବ୍ଧ କରାଇ ପାରିଛି। ଯାହାର ଫଳସ୍ୱରୂପ ନିଟ୍‌-୨୧ ପରୀକ୍ଷାର ସଫଳତା ଓଡ଼ିଶାରେ ଗରିବ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆଶା ପ୍ରତୀୟମାନ ହେଉଛି।

ପ୍ରଫେସର ଦେବୀଦତ୍ତ ମିଶ୍ର ଏବଂ ପ୍ରଫେସର ଜୟକୃଷ୍ଣ ବଳିୟାରସିଂଙ୍କ କଠିନ ପରିଶ୍ରମ ଯୋଗୁ ଏହି ଅନୁଷ୍ଠାନ ଆଜି ଗୌରବାନ୍ୱିତ ହୋଇପାରିଛି। ଏହିଭଳି ସଫଳତା ଆଗକୁ ଆଗକୁ ଅଧିକ ହେଉ ବୋଲି ଅନୁଷ୍ଠାନରୁ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ମତବ୍ୟକ୍ତ କରିଛନ୍ତି।

ଆଜିର ଏହି ସମ୍ବର୍ଦ୍ଧନା ଉତ୍ସବରେ ସଫଳତା ପାଇଥିବା କୃତି ଛାତ୍ରଛାତ୍ରୀମାନଙ୍କ ଅଭିଭାବକ ଏବଂ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

August 19, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.