Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଡକୁଳ ପାନ୍ଥନିବାସରେ ଆରଟିଓ ପକ୍ଷରୁ ‘ରକ୍ଷକ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବଡକୁଳ ପାନ୍ଥନିବାସରେ ଆରଟିଓ ପକ୍ଷରୁ ‘ରକ୍ଷକ’ କାର୍ଯ୍ୟକ୍ରମ ଅନୁଷ୍ଠିତ

November 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ବଡ଼କୂଳ ପାନ୍ଥନିବାସ ପରିସର ମଧ୍ୟରେ ଭୁବନେଶ୍ୱର-୧ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ‘ରକ୍ଷକ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ଵର ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଦୀପ କୁମାର ମହାନ୍ତି, ଦିଲ୍ଲୀରୁ ଆସିଥିବା ପ୍ରଶିକ୍ଷକ ପ୍ରଦୀପ କୁମାର ଭଟ୍ଟାଚାର୍ଯ୍ୟ, ଓଡ୍ରାଫ ଯବାନ ରଜନୀକାନ୍ତ ମିଶ୍ର, ପିବିବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ,ଆଙ୍କୁଲାଚଟି ର ଯୁବ ରେଡକ୍ରସ କାଉନସିଲର ଅଧ୍ୟାପକ ରବି ଶଙ୍କର ହୋତା,ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଟାଙ୍ଗୀର ଯୁବ ରେଡକ୍ରସ କାଉନସିଲର ଅଧ୍ୟାପକ ରଞ୍ଜନ କୁମାର ମହାପାତ୍ର ଏବଂ ଭୁବନେଶ୍ୱର-୧ ଆରଟିଓ ର କନିଷ୍ଠ ମୋଟର ଯାନ ନିରୀକ୍ଷୀକା ପଦ୍ମଜା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।

ଏହି ଅବସରରେ ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ଆହତ ବ୍ୟକ୍ତିଙ୍କୁ କିପରି ଆଶୁ ପ୍ରାଥମିକ ଚିକିତ୍ସା ଯୋଗାଇବା ସହ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇବା ବ୍ୟବସ୍ଥା କରାଯିବ ତାହା ଉପରେ ପ୍ରଥମ ଜୀବନ ରକ୍ଷାକାରି ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଉକ୍ତ ଶିବିରରେ ଆଈଏନ୍ଏସ୍ ଚିଲିକା ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ଵ ରେ ଥିବା ପାଖାପାଖି ୩୦ ଜଣ ବ୍ୟବସାୟୀ ପ୍ରଥମ ଜୀବନ ରକ୍ଷାକାରି ଭାବେ ତାଲିମ ନେଇଥିଲେ।

ସୂଚନା ଥାଉକି ଗତ ୧୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଡକ ସୁରକ୍ଷା ପାଇଁ ଉକ୍ତ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ ତାଲିମ ପାଇବେ।

ଆରଟିଓ ବଡକୁଳ ପାନ୍ଥନିବାସ ବାଲୁଗାଁ ଥାନା ରକ୍ଷକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.