Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହାନ୍ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ଆଞ୍ଚଳିକ

ମହାନ୍ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

November 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମହାନ୍ ବିପ୍ଲବୀ , ସର୍ବୋଦୟ ନେତା ,ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ। ଜଣେ ନିଷ୍ଠାପର କର୍ମୀ ତଥା ଓଡିଶାର ଦରିଦ୍ର, ଅବହେଳିତ, ନଷ୍ପେସିତ ବର୍ଗଙ୍କ ପ୍ରକୃତ ବନ୍ଧୁ। ସମ୍ଭ୍ରାନ୍ତ ଓ ଜମିଦାର ବଂଶର ବ୍ୟକ୍ତି ଥିଲେ ମଧ୍ୟ ସମାଜର ମୁଲିଆ ଓ ଦଳିତ ବର୍ଗର ଲୋକଙ୍କ ପାଇଁ ସେ ଜୀବନବ୍ୟାପି ସଂଗ୍ରାମ କରିଥିଲେ।

ତାଙ୍କରି ଆଦର୍ଶ ଓ ମାନବୀୟ ଗୁଣର ମୂଲ୍ୟବୋଧକୁ ବୁଝି ଆଜିର ଯୁବପିଢି ରାଜ୍ୟ ଓ ଦେଶର ବିକାଶ ପାଇଁ ବ୍ରତୀ ହେବାକୁ ଆଜି ସଂଧ୍ୟାରେ ଜୟଦେବ ଭବନଠାରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ନବକୃଷ୍ଣ ଚୌଧୁରୀ ଜୟନ୍ତୀରେ ଯୋଗଦେଇ ବକ୍ତାମାନେ ପ୍ରକାଶ କରିଛନ୍ତି ।

ଉଭୟ ମଂଚ ଓ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଥମେ ଅତିଥିମାନଙ୍କ ଦ୍ୱାରା ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦାପ ପ୍ରଜ୍ଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ବଡଚଣା ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ ଯୋଗଦେଇ କହିଲେ ଯେ, ନବକୃଷ୍ଣ ଚୌଧୁରୀ, ମହାତ୍ମା ଗାନ୍ଧିଙ୍କ ଜୀବନ ଓ ଆଦର୍ଶକୁ ପରୀକ୍ଷା ନିରୀକ୍ଷା କରି ନିଜ ଜୀବନରେ ଓ ଲୋକଙ୍କ ସେବାରେ ବ୍ରତୀ ଥିଲେ ।

କ୍ଷମତାର ଅହଂଭାବ, ଅହମିକା ତାଙ୍କର ନଥିଲା । ନବକୃଷ୍ଣ କଠୋର ଜୀବନଶୈଳୀ, ନିଷ୍ଠା ଓ ତ୍ୟାଗର ମୂର୍ତିମନ୍ତ ପ୍ରତୀକ ଥିଲେ ବୋଲି ସେ ପ୍ରକାଶ କରିବା ସହିତ ଇତିହାସରେ ଜଣେ ମାନବବାଦୀ ଓ ଦରିଦ୍ର ଲୋକଙ୍କ ହୃଦୟତନ୍ତ୍ରକୁ ଚିହ୍ନିଥିବା ଏହି ମହାନ୍ ବ୍ୟକ୍ତିଙ୍କ ସଂପର୍କରେ ଆଜିର ଯୁବ ପିଢି ଅଧିକରୁ ଅଧିକ ଜାଣିବାର ଆବଶ୍ୟକତା ରହିଛି ବୋଲି ବିଧାୟକ ଶ୍ରୀ ଶତପଥୀ କହିଥିଲେ ।

ସମ୍ମାନିତ ଅତିଥି ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ. ଲେନିନ୍ ମହାନ୍ତି ଯୋଗଦେଇ କହିଲେ ଯେ, ୧୯୫୦ରୁ ୧୯୫୬ ମସିହା ପର୍ଯ୍ୟନ୍ତ ଓଡିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିବା ନବକୃଷ୍ଣ ଚୌଧୁରୀ ଜଳେ ପ୍ରଜାବତ୍ସଳ ମୁଖ୍ୟମନ୍ତ୍ରୀ ଥିଲେ । ଯେଉଁ ଚିନ୍ତା, ଚେତନା ଓ ଉଦ୍ଦୀପନାର ସହ ଆମର ପୂର୍ବସୂରୀମାନେ ଆମ ପାଇଁ କାର୍ଯ୍ୟକରି ଯାଇଛନ୍ତି, ଜାତିପ୍ରେମରେ ଉଦ୍‌ବୁଦ୍ଧ ହୋଇ ଆମ୍ଭେମାନେ ସେମାନଙ୍କୁ ସ୍ମରଣ କରି ଦେଶ ଓ ଜାତିପାଇଁ କାର୍ଯ୍ୟ କରିବା ଆବଶ୍ୟକ ବୋଲି ଡଃ ମହାନ୍ତି କହିଥିଲେ ।

ମୁଖ୍ୟ ବକ୍ତା ଭାବେ ଭାବେ ବିଶିଷ୍ଟ ସାହିତ୍ୟିକ ତଥା ସ୍ତମ୍ଭକାର ଡଃ. ଜୟନ୍ତୀ ରଥ ଯୋଗଦେଇ ଗାନ୍ଧି ଓ ଆଚାର୍ଯ୍ୟ ବିନୋବା ଭାବେଙ୍କ ଆଦର୍ଶରେ ଅନୁପ୍ରାଣିତ ନବକୃଷ୍ଣଙ୍କ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ, ଜମିଦାରୀ ପ୍ରଥା ଉଚ୍ଛେଦ, ସାମ୍ୟବାଦ ଧାରା ପ୍ରଚଳନ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀତ୍ୱ କାଳରେ ରାଜ୍ୟର ବିଭିନ୍ନ ଉନ୍ନତି ଏବଂ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସେବା ଓ ସାଧନାକୁ ସର୍ବାଧିକ ଗୁରୁତ୍ୱ ଦେଉଥିଲେ ବୋଲି ପ୍ରକାଶ କରିଥିଲେ ।

ରାଜ୍ୟ ସୂଚନା ଓ ଲୋକ ସଂପର୍କ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଅଧ୍ୟକ୍ଷତା କରି ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ସ୍ୱର୍ଗତ ଚୌଧୁରୀଙ୍କୁ ଜଣେ ମହାନ୍ ଦେଶଭକ୍ତ ଓ ଦେଶ ସେବକ ଭାବରେ ଅଭିହିତ କରିଥିଲେ । ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନା ଅଧିକାରୀ ଶ୍ରୀ ସଚ୍ଚିଦାନନ୍ଦ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ନବକୃଷ୍ଣ ଚୌଧୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.