Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୋଆ କୃଷି ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀମାନଙ୍କର ସ୍ୱାଗତ ଉତ୍ସବ
ଆଞ୍ଚଳିକ

ସୋଆ କୃଷି ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀମାନଙ୍କର ସ୍ୱାଗତ ଉତ୍ସବ

November 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଅଧିନସ୍ଥ କୃଷି ମହାବିଦ୍ୟାଳୟରେ ନବାଗତ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସ୍ୱାଗତ ଓ ଅଭ୍ୟର୍ଥନାର ବିଶେଷ କାର୍ଯ୍ୟକ୍ରମ ଚଳିତ ମାସ ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହୋଇଯାଇଛି। କୃଷି ମହାବିଦ୍ୟାଳୟର ନବନିର୍ମିତ ଭବ୍ୟ ସଭାଗୃହରେ ଅନୁଷ୍ଠିତ ଏଇ ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ସଭାପତିତ୍ୱ କରି ନବାଗତ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ଭବିଷ୍ୟତର ଗଠନମୂଳକ କାର୍ଯ୍ୟପନ୍ଥା ଓ ନୈତିକ ତଥା ବୌଦ୍ଧିକ ସ୍ତରରେ ଉନ୍ନତି ସମ୍ପର୍କରେ ଆଲୋକପାତ କରିଥିଲେ।

ସମଗ୍ର ଭାରତ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ ବିଭିନ୍ନ କ୍ଷେତ୍ରରେ ଅନନ୍ୟ ବୋଲି ନିଜକୁ ପ୍ରତିପାଦିତ କରିପାରିଥିବାରୁ ବିଶ୍ୱବିଦ୍ୟାଳୟର ଏହି ସଫଳତା ନିମନ୍ତେ ଛାତ୍ରଛାତ୍ରୀଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସେ ମତବ୍ୟକ୍ତ କରିଥିଲେ। ଉତ୍ସବର ବରେଣ୍ୟ ଅତିଥି ଭାବେ ବିଶ୍ୱବିଦ୍ୟାଳୟର ଛାତ୍ର କଲ୍ୟାଣ ଅଧ୍ୟକ୍ଷ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଯୋଗ ଦେଇ ନବାଗତ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାମନସ୍କ ହେବା ପାଇଁ ଉପଦେଶ ଦେବା ସହ ସେମାନଙ୍କ ଅଭିଭାବକମାନଙ୍କୁ ମଧ୍ୟ ସନ୍ତାନମାନଙ୍କ ସହ ଯୋଡି ହୋଇ ସେମାନଙ୍କ ଜୀବନର ପ୍ରତି ସୋପାନରେ ସଚେତନ ରହିବା ପାଇଁ ପରାମର୍ଶ ପ୍ରଦାନ କରିଥିଲେ।

ଶିକ୍ଷା ଯେ ଉନ୍ନତିର ମୂଳ ମନ୍ତ୍ର ଓ ଛାତ୍ରଛାତ୍ରୀମାନେ ହିଁ ଏକ ଜାତିର ଉନ୍ନତିର ମୂଳଉତ୍ସ ବୋଲି ଉତ୍ସବର ଅନ୍ୟତମ ଅତିଥି ବିଶ୍ୱବିଦ୍ୟାଳୟର ଅତିରିକ୍ତ ଗବେଷଣା ଅଧ୍ୟକ୍ଷ ଡଃ ପ୍ରିୟବ୍ରତ ପଟ୍ଟନାୟକ ମତପୋଷଣ କରିଥିଲେ।

କୃଷି ମହାବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ପ୍ରଫେସର ନିରୋଦ କୁମାର ଧଳ ଏ ଉତ୍ସବରେ ଯୋଗ ଦେଇ ଭାରତୀୟ କୃଷି ବିଜ୍ଞାନର ଇତିହାସ ଓ ବୈଜ୍ଞାନିକମାନଙ୍କ ଅଦମ୍ୟ ପ୍ରଚେଷ୍ଟା ଓ ଅବଦାନ ବିଷୟରେ ଆଲୋକପାତ କରିବା ସହ କୃଷି ବିଜ୍ଞାନକୁ ଶିକ୍ଷା ବ୍ୟବସ୍ଥାରେ ସାମିଲ୍ କରାଯିବାର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ଏ ଉତ୍ସବରେ ମହାବିଦ୍ୟାଳୟର କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇ ସୋଆ ବିଶ୍ୱବିଦ୍ୟାଳୟ ଅଧିନସ୍ଥ କୃଷି ମହାବିଦ୍ୟାଳୟରେ ଗବେଷଣା ଓ ଶିକ୍ଷାର ଗୁରୁତ୍ୱ ଓ କ୍ରମୋନ୍ନତି ବିଷୟରେ ବକ୍ତବ୍ୟ ରଖିବା ସହ ସମସ୍ତ ନବାଗତ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ନିମନ୍ତେ ଯତ୍ନଶୀଳ ହେବା ନିମନ୍ତେ ଉପଦେଶ ଦେଇଥିଲେ।

ଡଃ ଚକ୍ରଧର ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏ ଉତ୍ସବର ପ୍ରଥମ ଅଧିବେଶନରେ ପ୍ରଫେସର ବିବୁଧ ପରାଶର ଧନ୍ୟବାଦ ଦେଇଥିଲେ। ପରେ ପରେ ଅଧ୍ୟାପିକା ସୁଚିସ୍ମିତା ମହାପାତ୍ରଙ୍କ ସଂଯୋଜନାରେ ଉତ୍ସବର ଦ୍ୱିତୀୟ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଦ୍ୱିତୀୟ ଅଧିବେଶନରେ ଚାରି ବର୍ଷର କୃଷି ପାଠ୍ୟକ୍ରମ ଓ ମହାବିଦ୍ୟାଳୟର ବିଭିନ୍ନ ବ୍ୟବସ୍ଥା ସମ୍ବନ୍ଧରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଯାଇଥିଲା।

ଏହି ଅବସରରେ ପ୍ରଫେସର ସନ୍ତୋଷ କୁମାର ରାଉତ, ପ୍ରଫେସର ସରୋଜ କୁମାର ମହାନ୍ତି ମହାବିଦ୍ୟାଳୟର ନିୟମ ଓ ଶିକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିବା ବେଳେ ଅଧ୍ୟାପକ ଅଜୟ କୁମାର କର୍ଣ୍ଣ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ନିବାସର ବିଧି ବ୍ୟବସ୍ଥା ଉପରେ ନିଜର ବକ୍ତବ୍ୟ ରଖିଥିଲେ।

ଏହା ସହ ମହାବିଦ୍ୟାଳୟର ପ୍ରତି ବିଭାଗର ବିଭାଗୀୟ ମୁଖ୍ୟ ଓ ଭାରପ୍ରାପ୍ତ ମୁଖ୍ୟ ଯଥା ଡଃ ଦୀନବନ୍ଧୁ ଜେନା, ଡଃ ଜଗମୋହନ ଲାଲ ଗୁଲାଟି, ଡଃ ଆଲୋକ କୁମାର ନନ୍ଦୀ, ଡଃ କାର୍ତିକ ଚନ୍ଦ୍ର ସାହୁ, ଡଃ ଶିଶିର କାନ୍ତ ବେହେରା, ଡଃ ଅସିତ ପ୍ରସାଦ ଦାଶ, ଡଃ ଚୌଧୁରୀ ହର ପ୍ରସାଦ ମିଶ୍ର, ଡଃ ବ୍ରଜ କିଶୋର ସାହୁ, ଡଃ ସୁରେନ୍ଦ୍ର ନାୟକ, ଡଃ ଆର୍‌. କେ. ରାଜ ଏବଂ ଡଃ ଏଚ୍‌.
ଏନ୍‌. ଅତିବୁଦ୍ଧି ପ୍ରମୁଖ କୃଷି ବିଜ୍ଞାନର ବିଭିନ୍ନ ବିଭାଗର ଆଭିମୁଖ୍ୟ ଓ ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ।

ନବାଗତ ଛାତ୍ରଛାତ୍ରୀ ଭୁବନେଶ୍ୱର ସୋଆ କୃଷି ମହାବିଦ୍ୟାଳୟ ସ୍ୱାଗତ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବାଧିକାର ଦିବସ ପାଳନ

December 11, 2025

ଚିଲିକାରେ ଅବକାରୀ ବିଭାଗର ଚଢାଉ: ୫୧୭ ଲିଟର ମହୁଲି ଜବତ, ୩ ଗିରଫ

December 10, 2025

ଚିଲିକା: ବଡକୁଳ ଗ୍ରାମ ପଞ୍ଚାୟତ ପରିସରରେ ପ୍ରଶାସନିକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

December 8, 2025

ବାଣପୁର: ପୂର୍ବତନ ସରପଞ୍ଚ ସ୍ବର୍ଗତ ସଦାନନ୍ଦ ପାଟ୍ଟଶାଣୀଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

December 8, 2025
Latest News

ପୁଣି ଥରେ କ୍ରିକେଟ୍ ରେ ଦାଗ: ‘ମ୍ୟାଚ୍ ଫିକ୍ସିଂ’ ଅଭିଯୋଗରେ ଚାରି ଭାରତୀୟ ଖେଳାଳି ତୁରନ୍ତ ନିଲମ୍ବିତ

December 13, 2025

ଶୀତଦିନେ ବଢିଯାଏ ହୃଦଘାତର ବିପଦ, ଜାଣନ୍ତୁ ଏହି ସମୟରେ ହୃଦୟକୁ କିପରି ରଖିବେ ସୁସ୍ଥ

December 13, 2025

୨୦୨୫-୨୬ରେ ୧,୧୬,୪୭୦ କୋଟିରେ ପହଞ୍ଚିଲା ରେଳ ନିରାପତ୍ତା ବଜେଟ

December 13, 2025

ଓମ୍ଫେଡ୍ କୁ ମିଳିଲା ଟ୍ରଷ୍ଟ ବ୍ରାଣ୍ଡ ଅଫ୍ ଦି ଓଡିଶା ଆଓ୍ୱାର୍ଡ

December 13, 2025

ଚାଣକ୍ୟ ନୀତି: ମୃତ୍ୟୁସମ ଜୀବନ ବିତାଇଥାନ୍ତି ଏହି ପାଞ୍ଚ ପ୍ରକାରର ଲୋକ

December 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.