Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସିଡ଼ିଏସ ବିପିନ ରାୱତଙ୍କ ଅକାଳ ବିୟୋଗରେ ଏନସିସି କ୍ୟାଡେଟମାନଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ
ଆଞ୍ଚଳିକ

ବାଣପୁର: ସିଡ଼ିଏସ ବିପିନ ରାୱତଙ୍କ ଅକାଳ ବିୟୋଗରେ ଏନସିସି କ୍ୟାଡେଟମାନଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ

December 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଗତକାଲି ତାମିଲନାଡୁ ଅନ୍ତର୍ଗତ କୁନ୍ନୁରଠାରେ ହେଲିକପ୍ଟର ଦୁର୍ଘଟଣାରେ ଦେଶର ସିଡ଼ିଏସ ଜେନେରାଲ ବିପିନ ରାୱତ ଓ ତାଙ୍କ ଧର୍ମପତ୍ନୀଙ୍କ ସମେତ ୧୩ ଜଣ ବିର ସୈନିକ ପ୍ରାଣ ହରାଇଛନ୍ତି। ସାରା ଦେଶ ଉକ୍ତ ଘଟଣାରେ ସ୍ତବ୍ଧ ଥିବାବେଳେ ଦେଶର କୋଣ ଅନୁକୋଣରୁ ଶହୀଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଉଛି।

ଏହି ପରିପ୍ରେକ୍ଷୀରେ ଆଜି ସଂନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟର ଏନସିସି ୟୁନିଟର କ୍ୟାଡେଟ ମାନଙ୍କଦ୍ୱାରା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ନିମନ୍ତେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଉକ୍ତ ଶୋଭାଯାତ୍ରାଟି ମହାବିଦ୍ୟାଳୟ ସମ୍ମୁଖରୁ ବାହାରି ସହର ପରିକ୍ରମା କରି ମା’ ଭଗବତୀ ମନ୍ଦିର ଠାରେ ସମାପ୍ତ ହୋଇଥିଲା। ସେଠାରେ ଶହୀଦଙ୍କ ଆତ୍ମାର ସଦଗତି ନିମନ୍ତେ ସମସ୍ତ କ୍ୟାଡେଟମାନେ ଦୁଇ ମିନିଟ ନୀରବ ପ୍ରାର୍ଥନା କରିବା ସହ ଶହୀଦଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଲିଉଟନାଣ୍ଟ ଡ଼ା. ଗୁରୁକିଶୋର ନାୟକ ପରିଚାଳନା କରିଥିଲେ।

ଅକାଳ ବିୟୋଗ ଏନସିସି କ୍ୟାଡେଟ ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ବିପିନ ରାୱତ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026

ଆକାଶରୁ ମୃତ୍ୟୁର ବଜ୍ରାଘାତ: କୁଡିଆରେ ଆଶ୍ରୟ ନେଇ ଜୀବନ ହାରିଲେ ଦୁଇ ଜଣ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.