Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଆଞ୍ଚଳିକ

ଚିଲିକା: ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

December 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

ଏହି ପ୍ରରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନମଣ୍ଡଳିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ବହୁ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରାଯାଇଅଛି। ବାଣପୁର ବ୍ଲକ, ଚିଲିକା ବ୍ଲକ, ବାଣପୁର ଏନଏସି ଏବଂ ବାଲୁଗାଁ ଏନଏସିରେ ଉକ୍ତ କାର୍ଡ ବଣ୍ଟନ କରାଯାଇଅଛି। ଚିଲିକା ବ୍ଲକର ବ୍ଲକ କାର୍ଯ୍ୟାଳୟ, ବାଲୁଗାଁ ଏନଏସି ର ଏନଏସି କନଫରେନ୍ସ ହଲ ଏବଂ ବାଣପୁର ବ୍ଲକ ଓ ଏନଏସି ମିଳିତ ଭାବେ ସହିଦ କୃତିବାସ ଭବନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ତେବେ ଆଜି ପ୍ରଥମ ଦିନରେ ବାଣପୁର ବ୍ଲକର ୧୦୫, ଚିଲିକା ବ୍ଲକର ୮୯, ବାଣପୁର ଏନଏସିର ୩୦ ଏବଂ ବାଲୁଗାଁ ଏନଏସି ର ୫୫ ଜଣ ହିତାଧିକାରୀଙ୍କୁ ଉକ୍ତ କାର୍ଡ ବଣ୍ଟନ କରାଯାଇଥିବାର ସୂଚନା ମିଳିଛି। ତେବେ ଉଭୟ ବ୍ଲକ ଓ ଏନଏସି ର ଅନ୍ୟ ହିତାଧିକାରୀଙ୍କୁ ପଞ୍ଚାୟତ ଏବଂ ୱାର୍ଡ ୱାରୀ ଉକ୍ତ ସ୍ମାଟ ହେଲଥ କାର୍ଡ ପ୍ରଦାନ କରାଯିବ।

ଉକ୍ତ ସମସ୍ତ ସ୍ଥାନରେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମକୁ ଉଦଘାଟିତ କରିଥିବା ବେଳେ ଚିଲିକା ବିଡ଼ିଓ ଡ଼ା. ସୁଷମା ବାରିକ, ବାଣପୁର ବିଡ଼ିଓ ପ୍ରଦ୍ୟୁମ୍ନ ନାୟକ, ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା. ରମାକାନ୍ତ ନାୟକ ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା. ସୌମ୍ୟକାନ୍ତ ଦାସ ପଟ୍ଟନାୟକ ଆଦି ଉପସ୍ଥିତ ଥିଲେ।

ଚିଲିକା ପ୍ରଶାନ୍ତ ଜଗଦ୍ଦେବ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.