Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସେଣ୍ଟ ଜାଭିଅରସ୍ ହାଇସ୍କୁଲରେ ମାଗଣା ଚକ୍ଷୁ ଚିକିତ୍ସା ଓ ରକ୍ତଦାନ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ସେଣ୍ଟ ଜାଭିଅରସ୍ ହାଇସ୍କୁଲରେ ମାଗଣା ଚକ୍ଷୁ ଚିକିତ୍ସା ଓ ରକ୍ତଦାନ ଶିବିର ଅନୁଷ୍ଠିତ

December 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ସେଣ୍ଟ ଜାଭିଅରସ ହାଇସ୍କୁଲ ଏବଂ ରେଡ଼ ସ୍ୱସ୍ତିକ, ଭୁବନେଶ୍ୱର ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଓ ରକ୍ତଦାନ ଶିବିର ମିଳିତ ଭାବେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ଓ ଏହାର ଆଖପାଖ ଅଞ୍ଚଳର ୧୫୦ ଜଣ ବ୍ୟକ୍ତିଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା। ସେହିପରି ଭାବେ ରକ୍ତଦାନ ଶିବିରରୁ ମୋଟ ୫୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଯୋଗଦେଇଥିଲେ। ଆପୋଲୋ ହସ୍ପିଟାଲର ଚକ୍ଷୁ ବିଭାଗର ମୁଖ୍ୟ ଡ଼ଃ. ଦୀପ୍ତି ଙ୍କ ନେତୃତ୍ୱରେ କ୍ୟାପିଟାଲ ହସ୍ପିଟାଲର ଡାକ୍ତର ଦେବାଶିଷ ମିଶ୍ର ଏବଂ ଦେବାଶିଷ ପାଣିଗ୍ରାହୀ ଜନସାଧାରଣଙ୍କ ଚକ୍ଷୁ ଜନିତ ସମସ୍ୟାର ସମାଧାନ କରିଥିଲେ। ସେଣ୍ଟ ଜାଭିଅରସ ହାଇସ୍କୁଲର ଅଧ୍ୟକ୍ଷ ଡଃ. ଶକ୍ତି ପ୍ରସାଦ ମହାନ୍ତି ଉକ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ରବି ନାରାୟଣ ହୋତା, ମହେଶ ଆଚାରୀ, ବିଶ୍ୱଜିତ ଶତପଥୀ ଏବଂ ଅନ୍ୟାନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଏଥିରେ ସହଯୋଗ କରିଥିଲେ। ଏହି ଶିବିରରେ ବାଣପୁର ଏନଏସିର ପୂର୍ବତନ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ଜେନା, ଯୁବ ସମାଜସେବୀ ପୃଥ୍ବୀରାଜ ଭୋଳ ପ୍ରମୁଖ ରକ୍ତଦାନ କରିଥିଲେ। ପରିଶେଷରେ ସତ୍ୟ ନାରାୟଣ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

ଚକ୍ଷୁ ଚିକିତ୍ସା ବାଣପୁର ରକ୍ତଦାନ ଶିବିର ସେଣ୍ଟ ଜାଭିଅରସ ହାଇସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.