Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଆଇ.ବି ରୋଡ଼ ପାଲଟିଛି ମରଣଯନ୍ତା, ନିଦ୍ରାରେ ଏନ୍ଏସି ପ୍ରଶାସନ
ଆଞ୍ଚଳିକ

ବାଲୁଗାଁ: ଆଇ.ବି ରୋଡ଼ ପାଲଟିଛି ମରଣଯନ୍ତା, ନିଦ୍ରାରେ ଏନ୍ଏସି ପ୍ରଶାସନ

December 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଏନଏସି ର ଜନସଂଖ୍ୟା ଏବଂ ଆୟତ୍ତନ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ଏହାର ଉନ୍ନତି ପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ନିକଟରେ ଏନଏସିର ବିଭିନ୍ନ ଉନ୍ନତିକରଣ କାର୍ଯ୍ୟ ପାଇଁ ମୁକ୍ତା ଯୋଜନା ଅନ୍ତର୍ଗତ ୨୬ ଲକ୍ଷ ଟଙ୍କା ମଂଜୁର ମଧ୍ୟ ହୋଇଛି। ତେବେ ଆଶ୍ଚର୍ଯ୍ୟର କଥା ସହରର ଉନ୍ନତିପାଇଁ ଏନଏସି ପ୍ରଶାସନ ଚିନ୍ତା କରୁଥିବାବେଳେ କିନ୍ତୁ ସହରର ନାଗରିକଙ୍କ ସୁରକ୍ଷା ପ୍ରତି ସତେ ଯେମିତି ଆଖି ବୁଜି ଦେଇଛି। ଆମେ କହୁଛୁ ସହରର ପ୍ରମୁଖ ବ୍ୟସ୍ତବହୁଳ ଅଞ୍ଚଳ ଆଇ.ବି ରୋଡ଼ କଥା।

ଗତ ଏକମାସ ପୂର୍ବେ ବାତ୍ୟା ‘ଜୱାଦ’ କୁ ଆଖି ଆଗରେ ରଖି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ କନିଷ୍ଠ ଯନ୍ତ୍ରିଙ୍କ ଉପସ୍ଥିତିରେ ଆଇ.ବି ରୋଡ଼ ପାର୍ଶ୍ୱରେ ଥିବା ପୁରୁଣା ଡ୍ରେନକୁ ଜେସିବି ଲଗାଇ ଖୋଳିଦିଆଯାଇଥିଲା। ଯାହା ଫଳରେ ଡ୍ରେନ ପାର୍ଶ୍ୱରେ ଥିବା ମାର୍କେଟ କମ୍ପ୍ଲେକ୍ସକୁ ଯିବା ଆସିବା ପାଇଁ ଏକମାତ୍ର ରାସ୍ତାଟି ମୁକୁଳା ଡ୍ରେନରେ ପାଲଟିଗଲା। ତେବେ ଏହା ଖୋଳିବାର କାରଣ କଣ ଏଯାବତ ବାରି ହେଉନାହିଁ। ରାସ୍ତା ପାର୍ଶ୍ୱରେ ମୁକୁଳା ଡ୍ରେନ ଥିବାରୁ ପ୍ରତିଦିନ ଏଠାରେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। କିନ୍ତୁ ଏନଏସି କର୍ତ୍ତୃପକ୍ଷଙ୍କ ନଜର ପଡୁନି।

ଡ୍ରେନଟି ପୁନଃରୁଦ୍ଧାର ପାଇଁ ଖୋଳାଯାଇଥିବାର ଏନଏସି ପ୍ରଶାସନ ସ୍ପଷ୍ଟୀକରଣ ଦେଉଥିବାବେଳେ, ବାତ୍ୟା ଯିବାର ପାଖାପାଖି ୨୫ ଦିନ ହେଲାଣି, କିନ୍ତୁ ଏଯାବତ ପାଞ୍ଚ ପଇସାର କାମ ଏଠାରେ ହୋଇନାହିଁ। ତେବେ ଏଠି ପ୍ରଶ୍ନ ଉଠୁଛି ତରବରିଆ ଭାବେ ଡ୍ରେନକୁ ଜେସିବି ଲଗାଇ ଖୋଳାଗଲା କଣ ପାଇଁ? ରୋଡ଼ ପାର୍ଶ୍ୱ ଖୋଳାଯାଇଥିବାରୁ ଜନସାଧାରଣ ମାନଙ୍କୁ ଦୋକାନ ବଜାରକୁ ଯିବା ପାଇଁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି।  ଉକ୍ତ ରାସ୍ତାରେ ଛୋଟ ଶିଶୁ ଏବଂ ବୟସ୍କ ବ୍ୟକ୍ତିମାନେ ଯିବାକୁ ସୁରକ୍ଷିତ ମଣୁନାହାନ୍ତି। ରାସ୍ତା ପାର୍ଶ୍ୱକୁ ସମତୁଲ ମଧ୍ୟ କରିବାକୁ ଭୁଲିଯାଇଛି ଏନଏସି ପ୍ରଶାସନ।

ଏପରିକି ଗତକାଲି ଜଣେ ବ୍ୟକ୍ତି ଉକ୍ତ ମୁକୁଳା ଡ୍ରେନରେ ପଡିଯାଇ କ୍ଷତବିକ୍ଷତ ହୋଇଥିବାର ଅଭିଯୋଗ ହୋଇଛି। ତେବେ ଏତେସବୁ ଘଟିଲା ପରେ ବି ଏନଏସି କର୍ତ୍ତୃପକ୍ଷ ଚୁପ ରହିବା ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବାଲୁଗାଁ ରାଜ୍ୟର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହୋଇଥିବା ବେଳେ ପର୍ଯ୍ୟଟକଙ୍କ ମନରେ ସହରର ଏପରି ଦୃଶ୍ୟ କି ପ୍ରକାର ପ୍ରଭାବ ପକାଇବ ତାହା ସାଧାରଣରେ ଅନୁମେୟ ହେଉଛି।

ଯଥାଶୀଘ୍ର ଉକ୍ତ ଡ୍ରେନକୁ ଆବଦ୍ଧ କରିବା ସହ ଜେସିବି ଦ୍ୱାରା ଖୋଳା ଯାଇଥିବା ରାସ୍ତା ପାର୍ଶ୍ୱକୁ ସମତୁଲ କରାଯିବା ପାଇଁ ସାଧାରଣରେ ଦାବି ହେଉଛି। ନହେଲେ ଯଦି ଆଗକୁ କୌଣସି ବଡ଼ ଦୁର୍ଘଟଣା ଘଟେ ତେବେ ସେଥିପାଇଁ ଏନଏସି କର୍ତ୍ତୃପକ୍ଷ ଦାୟୀ ରହିବେ ବୋଲି ଅଞ୍ଚଳବାସୀ କହିଛନ୍ତି।

ଏନ୍‌ଏସି ପ୍ରଶାସନ ବାଲୁଗାଁ ମରଣଯନ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ବାଂଲାଦେଶ ଭଳି ସରକାର ବଦଳାଇବାକୁ ଚାଲିଛି ଷଡ଼ଯନ୍ତ୍ର : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

October 16, 2026

ୟେମେନର ରାଷ୍ଟ୍ରପତି ଭବନରେ ହୁତି ଆକ୍ରମଣ: ୫ ମୃତ ଓ ୧୬ ଆହତ

October 16, 2026

୭.୦ ତୀବ୍ରତାର ଭୂକମ୍ପରେ ଥରିଲା ରୁଷର କାମଚାଟ୍‌କା ଉପଦ୍ୱୀପ

October 16, 2026

ଦୀପାବଳି ପୂର୍ବରୁ ବୋନସ୍ ଘୋଷଣା କଲେ କେନ୍ଦ୍ର ସରକାର: ଜାଣନ୍ତୁ କାହାକୁ ମିଳିବ ଉପହାର?

October 16, 2026

CJI ଙ୍କ ଉପରେ ବୟାନକୁ ନେଇ ସୁପ୍ରିମକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ: ସଞ୍ଜୟ ରାଉତଙ୍କଠାରୁ ମାଗିଲେ ସ୍ପଷ୍ଟୀକରଣ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.