Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା: ଓରମାସ କାର୍ଯ୍ୟାଳୟଠାରେ ବିକ୍ରୟ କେନ୍ଦ୍ର ଉଦଘାଟିତ
ଆଞ୍ଚଳିକ

ଖୋର୍ଦ୍ଧା: ଓରମାସ କାର୍ଯ୍ୟାଳୟଠାରେ ବିକ୍ରୟ କେନ୍ଦ୍ର ଉଦଘାଟିତ

December 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଶନ ସମିତି(ଓରମାସ)କାର୍ଯ୍ୟାଳୟ, ଖୋର୍ଦ୍ଧା ଠାରେ ଗ୍ରାମୀଣ କାରିଗରମାନଙ୍କର ଉତ୍ପାଦିତ ସାମଗ୍ରୀର ବିକ୍ରୟ କେନ୍ଦ୍ର ଆଜି ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦଳେଇଙ୍କ ଉପସ୍ଥିତିରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିନ୍ଦ୍ରନାଥ ମିତ୍ର ଏହି ବିକ୍ରୟ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି।

ଏହି ବିକ୍ରୟ କେନ୍ଦ୍ରରେ ଜିଲ୍ଲାର ଗ୍ରାମୀଣ କାରିଗରମାନଙ୍କର ବିଭିନ୍ନ ସାମଗ୍ରୀ ବିକ୍ରୟ କରାଯିବ। ଜିଲ୍ଲାର ମହିଳା ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର ଉତ୍ପାଦିତ ସାମଗ୍ରୀ ଓରମାସ କାର୍ଯ୍ୟାଳୟର ଏହି ବିକ୍ରୟ କେନ୍ଦ୍ରରେ ପ୍ରଦର୍ଶିତ ହେବ ଓ ବିକ୍ରୟ ହେବ। ଏଠାରେ ବିଭିନ୍ନ ସାମଗ୍ରୀ ଅନଲାଇନ ବିକ୍ରୟ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି।

ଏହି ବିକ୍ରୟ କେନ୍ଦ୍ର ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ୯ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏଥିରେ ଜିଲ୍ଲାର ସ୍ୱୟଂସହାୟକ ଗୋଷ୍ଠୀ ସାମିଲ ହୋଇ ସେମାନଙ୍କର ଉତ୍ପାଦିତ ସାମଗ୍ରୀ ବିକ୍ରୟ ପାଇଁ ସୁଯୋଗ ପାଇବେ।

ବିକ୍ରୟ କେନ୍ଦ୍ର ଉଦଘାଟନ କାର୍ଯ୍ୟକ୍ରମରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ଦିଗନ୍ତ ରାଉତରାୟ, ଉପମୁଖ୍ୟ ନିର୍ବାହୀ ଓରମାସ ଗୁଣ୍ଡିଚା ବେହେରା, ବିଡ଼ିଓ, ଖୋର୍ଦ୍ଧା ରୁମାନା ଜାଫ୍ରି, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ, ମହିଳା ସ୍ୱୟଂସହାୟକ ଗୋଷ୍ଠୀର ସଭ୍ୟା ପ୍ରମୁଖ ଯୋଗଦେଇଥିଲେ।

ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026
Latest News

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.