Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ନିର୍ବାଚନ ମଣ୍ଡଳୀର ୧୪ ନମ୍ବର ଜୋନ ଜିଲ୍ଲା ପରିଷଦ ଲଢେଇ, ଆଗରେ ବିଜେଡିର ଲିଲିବାଳା
ଆଞ୍ଚଳିକ

ଚିଲିକା ନିର୍ବାଚନ ମଣ୍ଡଳୀର ୧୪ ନମ୍ବର ଜୋନ ଜିଲ୍ଲା ପରିଷଦ ଲଢେଇ, ଆଗରେ ବିଜେଡିର ଲିଲିବାଳା

February 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇବାରେ ଲାଗିଛି, ସେହି ଅନୁସାରେ ଚିଲିକା ନିର୍ବାଚନ ମଣ୍ଡଳୀର ରାଜନୈତିକ ପାଣିପାଗ ସେତିକି ଜମିବାରେ ଲାଗିଛି। ତେବେ ଚିଲିକା ନିର୍ବାଚନ ମଣ୍ଡଳୀର ୧୪ ନମ୍ବର ଜୋନରେ ବର୍ତ୍ତମାନ ଚିଲିକାବାସୀଙ୍କ ନଜରରେ ରହିଛି।

ଏହି ନିର୍ବାଚନ ମଣ୍ଡଳୀରେ ବର୍ତ୍ତମାନ ଚାଲିଛି ଦ୍ବିମୁଖୀ ଲଢେଇ। ତିନି ପ୍ରମୁଖ ଦଳ ପ୍ରାର୍ଥୀ ଦେଇଥିଲେ ମଧ୍ୟ ମୁଖ୍ୟ ଲଢେଇ ହେଉଛି ବିଜେଡି ଏବଂ ବିଜେପି ମଧ୍ୟରେ। ବିଜେଡି ତରଫରୁ ଲିଲିବାଳା ଭୋଳ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ତରଫରୁ ରୋଜିତା ପ୍ରଧାନ ଲଢେଇ କରୁଛନ୍ତି।ସେହିପରି କଂଗ୍ରେସରୁ ରଶ୍ମିତା ମହାପାତ୍ର ମଇଦାନରେ ଅଛନ୍ତି। ଏମାନେ ସମସ୍ତେ ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନରେ ପ୍ରତିଦ୍ବନ୍ଦିତା କରୁଛନ୍ତି।

ତେବେ ତଥ୍ୟ ଅନୁସାରେ ବର୍ତ୍ତମାନ ବିଜେଡିର ପ୍ରାର୍ଥିନୀ ଲିଲିବାଳା ଭୋଳ ପ୍ରଚାରରେ ବେଶ୍ ଆଗରେ ଅଛନ୍ତି। ବିଜେପିର ରୋଜିତା ପଛରେ ପଡିଥିବା ବେଳେ, କଂଗ୍ରେସର ପ୍ରଚାର ଶିଥିଳ ଅବସ୍ଥାକୁ ଚାଲି ଆସିଛି। ମୁଖ୍ୟତଃ ରାଜ୍ୟରେ ବିଜେପି ମୁଣ୍ଡ ବିହୀନ ହୋଇପଡିଥିବାରୁ ବର୍ତ୍ତମାନ ସାରା ଓଡିଶାରେ ବିଜେପି ପ୍ରାର୍ଥୀମାନେ ବାଉଳା ହୋଇପଡିଛନ୍ତି। ଏପରିକି ରାଜନୈତିକ ତଥା ଆର୍ଥିକ ସମର୍ଥନ ଦେବାରେ ବିଜେପି ବିଫଳ ହୋଇପଡିଛି। ସେପରି କ୍ଷେତ୍ରରେ ଏହି ଜୋନର ପ୍ରାର୍ଥୀ ମଧ୍ୟ ରାଜ୍ୟ ନେତୃତ୍ୟରୁ ସେମିତି କିଛି ଫାଇଦା ହାସଲ କରିପାରୁ ନାହାଁନ୍ତି।

ସେହିପରି କଂଗ୍ରେସ ଅବସ୍ଥା ତଦୁର୍ପ। ଏଥର ଦଳ କାହାକୁ ପ୍ରାର୍ଥୀ କରିବ ସେ ନେଇ ଚିନ୍ତାରେ ପଡିଥିଲା। ଏହି ନିର୍ବାଚନ ମଣ୍ଡଳୀରେ କଂଗ୍ରେସର କେହି ଟାଣୁଆ ନେତା ନ ଥିବାରୁ ଦଳର ପ୍ରାର୍ଥିମାନେ ଏକରକମର ନେତୃତ୍ୟ ଛେଉଣ୍ଡ ଭାବେ ପ୍ରଚାର କରୁଛନ୍ତି।

ତେବେ ପ୍ରଚାର କ୍ଷେତ୍ରରେ ବିଜେଡି ବେଶ ଆଗରେ ରହିଛି। ମୁଖ୍ୟତଃ ଏହି ଦଳର ଦୃଢ ସଂଗଠନ ସହିତ ନବୀନଙ୍କ ଭାବମୂର୍ତ୍ତି ଲୋକଙ୍କୁ ଆକୃଷ୍ଟ କରିବାରେ ଲାଗିଛି। ବିଜେଡି ପ୍ରାର୍ଥିନୀ ଲିଲିବାଳା ଭୋଳ ତାଙ୍କ ସମର୍ଥକଙ୍କ ସହିତ ଘରକୁ ଘର ବୁଲି ପ୍ରଚାର କରିବାରେ ଲାଗିଛନ୍ତି।

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଏହି ପ୍ରଚାର କ୍ଷେତ୍ରରେ ବେଶ୍ ସହଯୋଗ କରିବାରେ ଲାଗିଛନ୍ତି। ତାଙ୍କ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସେ ପ୍ରାଣେ ପ୍ରାଣେ ଉଦ୍ୟମ ଜାରି ରଖିଛନ୍ତି। ଗତ ଥର ଏହି ଆସନ ବିଜେଡି ହାତରେ ଥିଲା। ଏଥର ମଧ୍ୟ ବିଜେଡି ସେହି ଆସନକୁ ହାତେଇବ ବୋଲି ଆଶା ରଖିଛି।

ଚିଲିକା ନିର୍ବାଚନ ମଣ୍ଡଳୀ ଜିଲ୍ଲା ପରିଷଦ ପ୍ରଶାନ୍ତ ଜଗଦ୍ଦେବ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.