Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୌର ନିର୍ବାଚନ: ପ୍ରକାଶ ପାଇଲା ବାଣପୁର ଏବଂ ବାଲୁଗାଁ ଏନଏସିର ଚୁଡାନ୍ତ ଭୋଟର ତାଲିକା
ଆଞ୍ଚଳିକ

ପୌର ନିର୍ବାଚନ: ପ୍ରକାଶ ପାଇଲା ବାଣପୁର ଏବଂ ବାଲୁଗାଁ ଏନଏସିର ଚୁଡାନ୍ତ ଭୋଟର ତାଲିକା

February 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ରାଜ୍ୟରେ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଯେକୌଣସି ମୂହୁର୍ତ୍ତରେ ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇପାରେ। ସମସ୍ତ ପ୍ରସ୍ତୁତି ଶେଷ ହେବା ନେଇ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପୌର ନିର୍ବାଚନ ନେଇ ନିର୍ବାଚନ ଆୟୋଗଙ୍କୁ ନଗର ଉନ୍ନୟନ ବିଭାଗ ଅବଗତ କରିଛି। ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମରେ ନିର୍ବାଚନ ହେବ। କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ମେୟର ପଦବୀ ପାଇଁ ନିର୍ବାଚନ ହେବ। ୪୮ ଟି ପୌର ପରିଷଦ ପାଇଁ ନିର୍ବାଚନ ହେବାକୁଥିବା ବେଳେ ୫୯ ଟି ବିଜ୍ଞାପିତ ଅଞ୍ଚଳ ଏବଂ ୩ ଟି ମହାନଗର ନିଗମ ପାଇଁ ମତଦାନ ହେବ।

ତେବେ ଆଜି ରାଜ୍ୟର ସମସ୍ତ ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମର ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲାର ବାଣପୁର ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମଧ୍ୟ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ୧୧ ଟି ୱାର୍ଡ ବିଶିଷ୍ଟ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ମୋଟ ଭୋଟର ସଂଖ୍ୟା ୧୨ ହଜାର ୯୧୩ ରହିଥିବା ବେଳେ ପୁରୁଷ ଭୋଟର ୬ ହଜାର ୮୬୨, ମହିଳା ଭୋଟର ୬ ହଜାର ୫୦ ଏବଂ ତୃତୀୟ ଲିଙ୍ଗ ଭୋଟର ସଂଖ୍ୟା ଜଣେ ରହିଥିବାର ଜଣାପଡିଛି। ତେବେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ସମୁଦାୟ ୧୬ ଟି ବୁଥ ହୋଇଥିବାର ଜଣାପଡିଛି।

ସେହିପରି ଭାବେ ପନ୍ଦର ଗୋଟି ୱାର୍ଡ ବିଶିଷ୍ଟ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ମୋଟ ଭୋଟର ସଂଖ୍ୟା ୧୩ ହଜାର ୨୨୫ ରହିଥିବା ବେଳେ ପୁରୁଷ ଭୋଟର ୬ ହଜାର ୯୨୭ ଏବଂ ମହିଳା ଭୋଟର ୬ ହଜାର ୨୯୮ ରହିଥିବାର ଜଣାପଡିଛି। ତେବେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ସମୁଦାୟ ସତର ଗୋଟି ବୁଥ ହୋଇଥିବାର ଜଣାପଡିଛି।

ପୌର ନିର୍ବାଚନ ବାଣପୁର ବାଲୁଗାଁ ଭୋଟର ତାଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.