Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର, ବାଲୁଗାଁ ପୌରାଞ୍ଚଳରେ ବଢୁଛି ନିର୍ବାଚନ ତାତି, ଆଶାୟୀଙ୍କ ସଂଖ୍ୟା ଦେଖି ଚିନ୍ତାରେ ଦଳୀୟ ନେତା
ଆଞ୍ଚଳିକ

ବାଣପୁର, ବାଲୁଗାଁ ପୌରାଞ୍ଚଳରେ ବଢୁଛି ନିର୍ବାଚନ ତାତି, ଆଶାୟୀଙ୍କ ସଂଖ୍ୟା ଦେଖି ଚିନ୍ତାରେ ଦଳୀୟ ନେତା

March 4, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଓ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଆଶାୟୀଙ୍କ ମଧ୍ୟରେ ସେତିକି ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି। ନିର୍ବାଚନ ପାଇଁ ୨ ରୁ ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ସମୟ ସୀମା ନିର୍ଦ୍ଧାରଣ କରାଯାଇଛି। ତେବେ ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ତିନି ଦିନ ମଧ୍ୟରେ ଆଶାୟୀମାନେ ୪୯ ଟି ନାମାଙ୍କନ ଫର୍ମ ନେଇଥିବାର ସୂଚନା ମିଳିଛି। ୩ ଦିନ ମଧ୍ୟରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧ୍ୟକ୍ଷ ପଦବୀ ପାଇଁ ୮ ଜଣ ଏବଂ କାଉନସିଲର ପଦବୀ ପାଇଁ ୧୪ ଜଣ ଆଶାୟୀ ଫର୍ମ ନେଇଥିବା ଜଣାପଡ଼ିଛି।

ଅନୁରୂପ ଭାବେ ଗତ ୩ ଦିନ ମଧ୍ୟରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧ୍ୟକ୍ଷ ପଦବୀ ପାଇଁ ୩ ଜଣ ଏବଂ କାଉନସିଲର ପଦବୀ ପାଇଁ ୨୪ ଜଣ ଆଶାୟୀ ଫର୍ମ ନେଇଥିବା ଜଣାପଡ଼ିଛି।

ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପୌର ନିର୍ବାଚନ ପାଇଁ ୧୧ ଟି ୱାର୍ଡ ବିଶିଷ୍ଟ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ମୋଟ ଭୋଟର ସଂଖ୍ୟା ୧୨ ହଜାର ୯୧୩ ରହିଥିବା ବେଳେ ପୁରୁଷ ଭୋଟର ୬ ହଜାର ୮୬୨, ମହିଳା ଭୋଟର ୬ ହଜାର ୫୦ ଏବଂ ତୃତୀୟ ଲିଙ୍ଗ ଭୋଟର ସଂଖ୍ୟା ଜଣେ ରହିଛନ୍ତି।

ସେହିପରି ଭାବେ ୧୫ ଗୋଟି ୱାର୍ଡ ବିଶିଷ୍ଟ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ମୋଟ ଭୋଟର ସଂଖ୍ୟା ୧୩ ହଜାର ୨୨୫ ରହିଥିବା ବେଳେ ପୁରୁଷ ଭୋଟର ୬ ହଜାର ୯୨୭ ଏବଂ ମହିଳା ଭୋଟର ୬ ହଜାର ୨୯୮ ରହିଥିବାର ଜଣାପଡିଛି। ଚଳିତ ବର୍ଷ ଭୋଟରମାନେ ସିଧାସଳଖ ଭୋଟ ଦେଇ ଅଧ୍ୟକ୍ଷା ଏବଂ ସମସ୍ତ କାଉନସିଲର ମାନଙ୍କୁ ନିର୍ବାଚିତ କରିବେ। ଯାହାକି ସବୁ ଦଳରେ ଅଙ୍କକଷା ଚାଲିଥିବା ବେଳେ ଏପର୍ଯ୍ୟନ୍ତ କୌଣସି ଦଳ ସେମାନଙ୍କ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରିନଥିବା ଜଣାପଡିଛି।

ନାମାଙ୍କନ ପତ୍ର ଦାଖଲର ଶେଷ ସମୟ ଆଉ ମାତ୍ର ତିନି ଦିନ ଥିବାରୁ ଆଗକୁ ଏହି ନାମାଙ୍କନ ପତ୍ର ଦାଖଲ ସଂଖ୍ୟା ବୃଦ୍ଧି ପାଇବ ବୋଲି ସଚେତନ ନାଗରିକ ମହଲରେ ମତ ପ୍ରକାଶ ପାଉଛି। ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଅଧ୍ୟକ୍ଷା ଓ କାଉନସିଲର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନଥିବା ବେଳେ ସବୁ ଦଳରେ ଏକାଧିକ ଆଶାୟୀ ପ୍ରାର୍ଥୀ ରହିଥିବାରୁ ଦଳର ମୁଖିଆମାନଙ୍କ ମୁଣ୍ଡବିନ୍ଧା କାରଣ ପାଲଟିଛି।

ଆଶାୟୀଙ୍କ ସଂଖ୍ୟା ପୌରାଞ୍ଚଳ ନିର୍ବାଚନ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.