Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ୱାର୍ଡ଼ ନଂ ୨୮ରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ସମାଜସେବୀ ପ୍ରଭାତୀ ସାହୁ
ଆଞ୍ଚଳିକ

ୱାର୍ଡ଼ ନଂ ୨୮ରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ସମାଜସେବୀ ପ୍ରଭାତୀ ସାହୁ

March 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମର ୱାର୍ଡ଼ ନଂ୨୮ରୁ କର୍ପୋରେଟର ପଦବୀ ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ସମାଜସେବୀ ପ୍ରଭାତୀ ସାହୁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦୀର୍ଘବର୍ଷ ଧରି ନିଜକୁ ସମାଜସେବାରେ ନିୟୋଜିତ କରିଥିବା ଏବଂ ୱାର୍ଡ଼ ନଂ-୨୮ରେ ଥିବା ମୌଳିକ ସମସ୍ୟାଗୁଡ଼ିକର ସମାଧାନ କରି ଲୋକଙ୍କୁ ସେବା ଯୋଗାଇ ଆସୁଥିବା ପ୍ରଭାତୀ ତାଙ୍କର ନାମାଙ୍କନ ପତ୍ର ଦାଖଲ ପରେ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଥିଲେ ଯେ, ଜଣେ ସମାଜସେବୀ ହିସାବରେ ଲୋକଙ୍କୁ ସେବା ଯୋଗାଇବା ମୋର ପ୍ରଥମ କର୍ତ୍ତବ୍ୟ। ବାତ୍ୟା, ବନ୍ୟା, ମହାମାରୀ କରୋନା ଓ ଅନ୍ୟାନ୍ୟ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମୁଁ ଲୋକଙ୍କୁ ସେବା ଯୋଗାଇ ଆସୁଛି। ରାଜଧାନୀ ଭୁବନେଶ୍ୱରକୁ ଏକ ନମ୍ବର ସହରରେ ପରିଣତ କରିବା ମୋର ପ୍ରଥମ ଲକ୍ଷ୍ୟ।

ଏଥିସହିତ ରାଜଧାନୀରେ ବସବାସ କରୁଥିବା ବସ୍ତିବାସିନ୍ଦାମାନଙ୍କ ସମସ୍ୟାକୁ ଦୂର କରି ସେମାନଙ୍କ ପାଇଁ ଆଦର୍ଶ କଲୋନୀ ପ୍ରତିଷ୍ଠା କରିବା, ଡ୍ରେନେଜ ସମସ୍ୟାକୁ ଦୂର କରିବା ସହିତ ରାଜଧାନୀରେ ବଢି ଚାଲିଥିବା ଚୋରି, ଡ଼କାୟତି, ଚୋରା ମଦ, ଗଞ୍ଜେଇ ଓ ଧଳା ଜହର କାରବାରକୁ ବନ୍ଦ କରିବା ଏବଂ ରାଜଧାନୀର ଗରିବ, ଅସହାୟ ଓ ନିଷ୍ପେସିତ ଲୋକମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ମୁଁ ଆଜି ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛି। ମୋର ସମାଜସେବା ଓ ତ୍ୟାଗ ପାଇଁ ୱାର୍ଡ଼ ନଂ-୨୮ ସାଧାରଣ ଜନତା ମୋତେ ବିଜୟୀ କରିବେ ବୋଲି ମୋର ଆଶା ଓ ବିଶ୍ୱାସ।

ପ୍ରଭାତୀଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ସମାଜସେବୀ ବିବେକାନନ୍ଦ ବାରିକ, ଅମ୍ଲେଶ ଦାସ, ରଞ୍ଜନ ମହାନ୍ତି, ଅନୁଜା ଦାସ, ଅମୂଲ୍ୟ ପଣ୍ଡା, ପ୍ରଶାନ୍ତ ମହାନ୍ତି, ଶିବିର କୁମାର ପରିଡ଼ା, ଧରଣୀଧର ସାହୁ, ସରୋଜ ସାହୁ, ଆଶୁତୋଷ ଦତ୍ତ, ଶାନ୍ତିଲତା ପ୍ରଧାନ, ମଣ୍ଟୁଙ୍କ ସମେତ ଶତାଧିକ ସମର୍ଥକ ଉପସ୍ଥିତ ଥିଲେ।

ନାମାଙ୍କନ ପତ୍ର ଭୁବନେଶ୍ୱର ମହାନଗର ନିଗମ ସ୍ୱାଧୀନ ପ୍ରାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Latest News

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.