Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଇଏନଏସ ଚିଲିକା ପକ୍ଷରୁ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ
ଆଞ୍ଚଳିକ

ଆଇଏନଏସ ଚିଲିକା ପକ୍ଷରୁ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ

March 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଆଇଏନଏସ ଚିଲିକା ପକ୍ଷରୁ ଏକ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନାଭାଲ ଅଫିସର ଇନଚାର୍ଜ (ଓଡିଶା) ଓ ଆଇଏନଏସ ଚିଲିକା କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା,ଟାଙ୍ଗୀ, ବାଣପୁର, ବାଲୁଗାଁ ଏବଂ ବ୍ରହ୍ମପୁର ଅଞ୍ଚଳର ୨୭ ଜଣ ସାମ୍ବାଦିକ ଯୋଗ ଦେଇଥିଲେ। ଆଇଏନଏସ ଚିଲିକା ପକ୍ଷରୁ ସମସ୍ତ ସାମ୍ବାଦିକ ମାନଙ୍କୁ ଷ୍ଟେସନ ପରିସରରେ ଭବ୍ୟ ସ୍ୱାଗତ କରାଯିବା ସହ ପରବର୍ତ୍ତୀ ସମୟରେ ନାଭାଲ ଅଧିକାରୀଙ୍କ ସଙ୍ଗେ ସାମ୍ବାଦିକ ମାନେ ମା’ କାଳିଜାଇ ମନ୍ଦିର ଦର୍ଶନକୁ ଯାଇଥିଲେ। ଏହା ପରେ ଆଇଏନଏସ ଚିଲିକାର ଅଫିସର୍ସ ମେସରେ ସାମ୍ବାଦିକମାନଙ୍କ ସହ ବାର୍ତ୍ତାଳାପ କରିଥିଲେ କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ।

ଏହି ଅବସରରେ ଦୀର୍ଘ ଏକ ବର୍ଷ ମଧ୍ୟରେ ଆଇଏନଏସ ଚିଲିକା ପକ୍ଷରୁ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର ବିବରଣୀ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା। ତେବେ ଆଇଏନଏସ ଚିଲିକାର ଉକ୍ତ ସମସ୍ତ କାର୍ଯ୍ୟକ୍ରମକୁ ରାଜ୍ୟ ତଥା ଦେଶର ଜନସାଧାରଣଙ୍କ ନିକଟରେ ପହଞ୍ଚାଇଥିବାରୁ ବନ୍ଧୁ ମିଳନରେ ଯୋଗଦେଇଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆଇଏନଏସ ଚିଲିକା ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।

ଏହା ସହିତ ସ୍ଥାନୀୟ ଗଣମାଧ୍ୟମର ଭୂୟାଁସୀ ପ୍ରଶଂସା କରିଥିଲେ କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ। ଆଗକୁ ମଧ୍ୟ ଗଣମାଧ୍ୟମ ଓ ଆଇଏନଏସ ଚିଲିକାର ସମ୍ପର୍କ ଏହିପରି ଅତୁଟ ରହିବ ବୋଲି କହିଥିଲେ ଶ୍ରୀ ପ୍ରଦୀପ।

ପରିଶେଷରେ ସମସ୍ତ ସାମ୍ବାଦିକମାନେ କମାଣ୍ଡିଂ ଅଫିସରଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କମାଣ୍ଡର ପରିଚୟ କାଲରା ପରିଚାଳନା କରିଥିବା ବେଳେ ସର୍ଜନ କ୍ୟାପଟେନ ଏକେ ନାୟକ, କ୍ୟାପଟେନ ସଞ୍ଜୟ ତ୍ରିପାଠୀ, ପି.ଆର.ଓ କମାଣ୍ଡର ରାଜେଶ, କମାଣ୍ଡର କିରନ, ଡେପୁଟି ପି.ଆର.ଓ ବିନୋଦ ଚନ୍ଦ୍ର ମିଶ୍ର, ଲିଉଟନାଣ୍ଟ କମାଣ୍ଡର ଅକ୍ଷୟ ସାହୁ, ଲିଉଟନାଣ୍ଟ ମେଘା,ଲିଉଟନାଣ୍ଟ ଅରୁଣା ଆଦି ଉପସ୍ଥିତ ଥିଲେ।

ଆଇଏନଏସ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.