Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଦେଓଗାଁକୁ ହରାଇ ଗଙ୍ଗାଧରପୁର ଦିବାରାତ୍ରି କ୍ରିକେଟ ଟୁର୍ଣ୍ଣାମେଣ୍ଟର ବିଜେତା ହେଲା ସାହାସପୁର ଦଳ
ଆଞ୍ଚଳିକ

ବାଣପୁର: ଦେଓଗାଁକୁ ହରାଇ ଗଙ୍ଗାଧରପୁର ଦିବାରାତ୍ରି କ୍ରିକେଟ ଟୁର୍ଣ୍ଣାମେଣ୍ଟର ବିଜେତା ହେଲା ସାହାସପୁର ଦଳ

March 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ବ୍ଲକ ଅନ୍ତର୍ଗତ ଗଙ୍ଗାଧରପୁରର ବାବା ନୀଳକଣ୍ଠେଶ୍ଵର କ୍ରିକେଟ ଟିମ ଦ୍ଵାରା ଆୟୋଜିତ ଦିବାରାତ୍ରି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ସକାଳେ ଶେଷ ହୋଇଛି। ୮ ଟି ଟିମକୁ ନେଇ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ସାହାସପୁର ଗ୍ରାମର ଜୟ ଜଗନ୍ନାଥ କ୍ରିକେଟ ଟିମ ବିଜେତା ହୋଇଛି। ସାହାସପୁର ଏବଂ ଦେଓଗାଁ କ୍ରିକେଟ ଟିମ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।

ଏଥିରେ ସାହାସପୁର କ୍ରିକେଟ ଟିମର ଅଧିନାୟକ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ସାହାସପୁର ଟିମ ନିର୍ଦ୍ଧାରିତ ୮ ଓଭରରେ ୪ ୱିକେଟ ହରାଇ ୭୮ ରନ ସଂଗ୍ରହ କରିଥିଲା। ଜବାବରେ ଦେଓଗାଁ ଟିମ ମାତ୍ର ୪୧ ରନ କରିବାକୁ ସକ୍ଷମ ହୋଇପାରିଥିଲା। ଫଳରେ ସାହାସପୁର ଦଳ ୩୭ ରନରେ ବିଜୟ ଲାଭ କରି ଉକ୍ତ ଟୁର୍ଣ୍ଣାମେଣ୍ଟର ବିଜେତା ଘୋଷିତ ହୋଇଥିଲା।

ସାହାସପୁର ପକ୍ଷରୁ ଦୀପକ ମୁଦୁଲି ସର୍ବାଧିକ ୩୮ ରନ ସଂଗ୍ରହ କରିଥିଲେ। ତାଙ୍କୁ ଫାଇନାଲ ମ୍ୟାଚର ଶ୍ରେଷ୍ଠ ଖେଳାଳି ସହିତ ଟୁର୍ଣ୍ଣାମେଣ୍ଟର ଶ୍ରେଷ୍ଠ ଖେଳାଳି ଭାବେ ସମ୍ମାନିତ କରାଯାଇଥିଲା। ଶେଷରେ ଆୟୋଜକ ନୀଳକଣ୍ଠେଶ୍ଵର କ୍ରିକେଟ କ୍ଲବ ପକ୍ଷରୁ ବିଜେତା ଏବଂ ଉପ-ବିଜେତା ଦଳକୁ ଟ୍ରଫି ପ୍ରଦାନ କରାଯାଇଥିଲା।

ଗଙ୍ଗାଧରପୁର ଦିବାରାତ୍ରି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦେଓଗାଁ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.