Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭଲକାମ ପାଇଁ ଡ଼ିଜିପିଙ୍କ ଠାରୁ ପଦକ ଏବଂ ପ୍ରଶଂସାପତ୍ର ପାଇଲେ ଟାଙ୍ଗୀ ଥାନା ଅଧିକାରୀ
ଆଞ୍ଚଳିକ

ଭଲକାମ ପାଇଁ ଡ଼ିଜିପିଙ୍କ ଠାରୁ ପଦକ ଏବଂ ପ୍ରଶଂସାପତ୍ର ପାଇଲେ ଟାଙ୍ଗୀ ଥାନା ଅଧିକାରୀ

April 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଭଲକାମ ପାଇଁ ଓଡିଶା ଡ଼ିଜିପିଙ୍କ ଠାରୁ ପଦକ ଏବଂ ପ୍ରଶଂସାପତ୍ର ପାଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଆଇଆଇସି ବିଜୟ କୁମାର ମଲ୍ଲିକ। ୮୭ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଭବନ ଠାରେ ଓଡିଶା ପୋଲିସର ବିଭିନ୍ନ ୟୁନିଟର ସମୁଦାୟ ୯୮ ଜଣ ପୋଲିସ ଅଧିକାରୀଙ୍କ ସମେତ ୨ ଜଣ ସହିଦ କୋଭିଡ ଯୋଦ୍ଧାଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ପଦକ ଏବଂ ପ୍ରଶଂସାପତ୍ର ଦେଇ ସମ୍ମାନିତ କରିଛନ୍ତି।

ବିଜୟ କୁମାର ମଲ୍ଲିକ ଜଣେ ଦକ୍ଷ ପୋଲିସ ଅଧିକାରୀ ହୋଇଥିବାବେଳେ ଇନ୍ସପେକ୍ଟର ଭାବେ ଦାଇତ୍ୱ ନେବାର ସ୍ୱଳ୍ପ ମାସ ମଧ୍ୟରେ ଟାଙ୍ଗୀ ଥାନାର ଏକାଧିକ ଜଟିଳ ଅପରାଧିକ ମାମଲା ଗୁଡିକର ସମାଧାନ କରିବା ଦିଗରେ ସଫଳ ହୋଇପାରିଛନ୍ତି। ତତସହିତ ଟାଙ୍ଗୀ ଥାନାରେ ଅପରାଧିକ ମାମଲା ଅଶାତିତ ଭାବେ ହ୍ରାସ ମଧ୍ୟ ପାଇଛି। ନିଜର ଦକ୍ଷତା ଲାଗି ସମଗ୍ର ଖୋର୍ଦ୍ଧା ଜିଲ୍ଲାରୁ ଏକମାତ୍ର ଇନ୍ସପେକ୍ଟର ବିଜୟ କୁମାର ମଲ୍ଲିକ ଏବଂ ବୋଲଗଡ଼ ଥାନା ସବ ଇନ୍ସପେକ୍ଟର ରଶ୍ମିରଞ୍ଜନ ଦାସ ଡ଼ିଜିପିଙ୍କ ନିକଟରୁ ଉକ୍ତ ପଦକ ପାଇବାକୁ ସକ୍ଷମ ହୋଇପାରିଛନ୍ତି।

ତେବେ ଶ୍ରୀ ମଲ୍ଲିକ ନିଜର ଉକ୍ତ ସଫଳତାର ଶ୍ରେୟ ଖୋର୍ଦ୍ଧା ଏସପି ଅଲେଖ ଚନ୍ଦ୍ର ପହି, ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ, ଟାଙ୍ଗୀ ଥାନାର ସମସ୍ତ କର୍ମଚାରୀ ଏବଂ ଟାଙ୍ଗୀ ଜନସାଧାରଣଙ୍କୁ ପ୍ରଦାନ କରିଛନ୍ତି।

ଓଡିଶା ଡ଼ିଜିପି ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପଦକ ଏବଂ ପ୍ରଶଂସାପତ୍ର ବିଜୟ କୁମାର ମଲ୍ଲିକ
Share. Facebook Twitter LinkedIn Email WhatsApp Copy Link

Related Posts

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.