Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଂଗ୍ରେସ ସେବାଦଳ ପକ୍ଷରୁ ଗଙ୍ଗାଧର ମହାପାତ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ
ଆଞ୍ଚଳିକ

କଂଗ୍ରେସ ସେବାଦଳ ପକ୍ଷରୁ ଗଙ୍ଗାଧର ମହାପାତ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ

April 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ଜନନେତା, ପୂର୍ବତନ ମନ୍ତ୍ରୀ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ବରିଷ୍ଠ ଆଇନ୍‌ଜ୍ଞ ସ୍ୱର୍ଗତ ଗଙ୍ଗାଧର ମହାପାତ୍ରଙ୍କ ୧୬ତମ ଶ୍ରାଦ୍ଧ ଦିବସ ରାଜ୍ୟ କଂଗ୍ରେସ ସେବାଦଳ ପକ୍ଷରୁ କଂଗ୍ରେସ ଭବନରେ ରାଜ୍ୟ ସେବାଦଳ ମୁଖ୍ୟ ତଥା ମୁଖପାତ୍ର ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ପାଳିତ ହୋଇଯାଇଛି।

ଫଟୋଚିତ୍ରରେ ମାଲ୍ୟାର୍ପଣ ପରେ ଶ୍ରଦ୍ଧାଞ୍ଜଳି ଜଣାଇ ବରିଷ୍ଠ କଂଗ୍ରେସ ନେତା ବିଧାୟକ ସୁରେଶ କୁମାର ରାଉତରାୟ କହିଲେ ଯେ, ଗଙ୍ଗାଧର ମହାପାତ୍ର ମଣିଷ ମାନଙ୍କ ଭିତରେ ଦେବତା ଥିଲେ। ସେ ଥିଲେ ଅଜାତଶତ୍ରୁ। ପିଲା ଠାରୁ ବୁଢା ପର୍ଯ୍ୟନ୍ତ ତାଙ୍କୁ ସମସ୍ତେ ଗଙ୍ଗୁ ଭାଇନା ଭାବେ ସମ୍ବୋଧନ କରୁଥିଲେ।

ପ୍ରଦେଶ କଂଗ୍ରେସ ପଛୁଆବର୍ଗ ବିଭାଗର ଅଧ୍ୟକ୍ଷ ଜ୍ଞାନଦେବ ବେଉରା ଶ୍ରଦ୍ଧାଞ୍ଜଳି ଜଣାଇ କହିଲେ ଯେ, ଗଙ୍ଗାଧର ବାବୁ ଛାତ୍ର ଜୀବନରୁ ନେତା ଥିଲେ। ଖୁବ୍ କମ୍ ବୟସରୁ ସେ ସୁଭାଷ ଚନ୍ଦ୍ର ବୋଷଙ୍କ ସହ ମିଶିବାର ସୌଭାଗ୍ୟ ଅର୍ଜନ କରିଥିଲେ। ପୁରୀ ମ୍ୟୁନିିିସିପାଲିଟିର ସେ ସର୍ବକନିଷ୍ଠ ଅଧ୍ୟକ୍ଷ ଥିଲେ।

ପ୍ରଦେଶ କଂଗ୍ରେସ ମୁଖପାତ୍ର ମନୋରଞ୍ଜନ ଦାସ ଶ୍ରଦ୍ଧା ସୁମନ ଜଣାଇ ଗଙ୍ଗାଧର ବାବୁଙ୍କ ମନ୍ତ୍ରୀତ୍ୱ ସମୟରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ହୁଣ୍ଡି ପ୍ରତିଷ୍ଠା ବିଷୟରେ କହିଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜ୍ୟୋତିଷ କୁମାର ସାହୁ ସ୍ୱାଗତ ଭାଷଣ ଓ ଶେଷରେ ମହମ୍ମଦ ସାହାଦୁଲ୍ଲା ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଡ଼ଭୋକେଟ ଶାନ୍ତନୁ କୁମାର ସାହୁ, ଇଂ ବିବେକାନନ୍ଦ ପାତ୍ର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

କଂଗ୍ରେସ ସେବାଦଳ ଶ୍ରାଦ୍ଧ ଦିବସ ପାଳିତ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.