Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହନୁମାନ ଜୟନ୍ତୀ ଉପଲକ୍ଷେ ‘ଜୟ ଶ୍ରୀରାମ’ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର-ବାଲୁଗାଁ, ଦେଖନ୍ତୁ ଭିଡିଓ
ଆଞ୍ଚଳିକ

ହନୁମାନ ଜୟନ୍ତୀ ଉପଲକ୍ଷେ ‘ଜୟ ଶ୍ରୀରାମ’ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର-ବାଲୁଗାଁ, ଦେଖନ୍ତୁ ଭିଡିଓ

April 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ସହରରେ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି। ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଉକ୍ତ ରାଲି ଅନୁଷ୍ଠିତ ହୋଇଯାଇଛି। ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ଵାନକ୍ରମେ ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ହଜାର ହଜାର ରାମ ଭକ୍ତ।

ଶୋଭାଯାତ୍ରାଟି ଅପରାହ୍ନରେ ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ସାରା ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହାପରେ ବାଣପୁର ସହର ପରିକ୍ରମା କରି ପରିଶେଷରେ ପଲଟନ ପଡିଆ ନିକଟରେ ସମାପ୍ତ ହୋଇଥିଲା। ଶୋଭାଯାତ୍ରା ସମୟରେ ଉଭୟ ସହର ‘ଜୟ ଶ୍ରୀରାମ’, ‘ଭାରତ ମାତାକି ଜୟ’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା।

https://thesamikhsya.com/odia/wp-content/uploads/2022/04/WhatsApp-Video-2022-04-14-at-18.54.26.mp4

ତେବେ ପ୍ରଥମ ଥର ପାଇଁ ହନୁମାନ ଜୟନ୍ତୀରେ ଏପରି ଦୃଶ୍ୟ ଦେଖିଲେ ବାଣପୁର-ବାଲୁଗାଁ ବାସି। ବିରାଟକାୟ ହନୁମାନଙ୍କ ପତାକା ଧରି ରାମଭକ୍ତ ମାନେ ନାଚି ନାଚି ସହର ପରିକ୍ରମା କରିଥିଲେ। ଉଭୟ ବାଣପୁର ଏବଂ ବାଲୁଗାଁ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଉକ୍ତ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ, ଶୋଭାଯାତ୍ରାରେ ଏତେ ସଂଖ୍ୟକ ରାମଭକ୍ତଙ୍କ ଯୋଗଦାନ ଫଳରେ ଉଭୟ ସହର ଟ୍ରାଫିକ ଏକରକମର ଠପ ହୋଇଯାଇଥିଲା।

ଅନୁରୂପ ଭାବେ ଶୋଭାଯାତ୍ରା ଯେତେ ଆଗକୁ ଆଗକୁ ଅଗ୍ରସର ହେଉଥିଲା ସେତେ ଅଧିକ ପରିମାଣରେ ରାମ ଭକ୍ତ ମାନେ ଶୋଭାଯାତ୍ରାରେ ସାମିଲ ହେଉଥିବାର ଦେଖିବାକୁ ମିଳିଥିଲା।

ଉକ୍ତ କାର୍ଯ୍ୟକ୍ରମକୁ ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ସଂଯୋଜକ ରାଜେଶ ନାୟକ, ସହସଂଯୋଜକ ଆକାଶ ନାୟକ, ଦେବି ପ୍ରସାଦ ମହାନ୍ତି, ମହେଶ୍ୱର ପଣ୍ଡା, ଦ୍ଵିତୀ ରାଉତ, ଚନ୍ଦନ ନାୟକ, ହରେକୃଷ୍ଣ ନାୟକ ଏବଂ ଅନୁରାଗ ମହାନ୍ତି ଆଦି ପରିଚାଳନା କରିଥିଲେ।

ବଜରଙ୍ଗ ଦଳ ବାଣପୁର ବାଲୁଗାଁ ହନୁମାନ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ବିଶ୍ୱ ବାଣିଜ୍ୟ ସଂଗଠନ (WTO) ମୁଖ୍ୟଙ୍କୁ ଭେଟିଲେ ପୀୟୁଷ ଗୋୟଲ 

September 13, 2026

ରେଳପଥ ବଢ଼ିଲେ ବଦଳିବ ଅର୍ଥନୀତି! ମୟୂରଭଞ୍ଜରେ ନୂଆ ସଂଯୋଗକୁ ନେଇ ଆଶା

September 13, 2026

ପଶ୍ଚିମବଙ୍ଗରେ ସ୍ଥାପନ ହେବ ଡିଆରଡିଓର ନୂଆ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ର

September 13, 2026

ଚୀନ୍‌ର ଦ୍ୱିତୀୟ ସର୍ବାଧିକ ଶକ୍ତିଶାଳୀ ନେତା କାଇ କି’

September 13, 2026

ବ୍ରିକ୍ସ ସହଯୋଗର ଦୁଇ ଦଶନ୍ଧି ପୂର୍ତ୍ତି ଅବସରରେ ସ୍ମାରକ ଡାକ ଟିକଟ ଉନ୍ମୋଚନ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.