Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ଆୟୁଷ୍ମାନ ଭାରତ ହେଲଥ ମେଳା ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା ବ୍ଲକରେ ଆୟୁଷ୍ମାନ ଭାରତ ହେଲଥ ମେଳା ଅନୁଷ୍ଠିତ

April 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି ଆୟୁଷ୍ମାନ ଭାରତ ହେଲଥ ମେଳା। ବଡ଼କୁଳ ସ୍ଥିତ ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି ଉକ୍ତ ମେଳା। ଏହାକୁ ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସନା ବେହେରା, ବାଲୁଗାଁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଏବଂ ସାଂସଦ ପ୍ରତିନିଧି ପ୍ରବାସ ସୁନ୍ଦରାୟ ମିଳିତ ଭାବେ ଉଦଘାଟନ କରିଥିଲେ।

ଉକ୍ତ ହେଲଥ ମେଳାରେ ବିଭିନ୍ନ ବିଭାଗର ୧୦ ଜଣ ବିଶେଷଜ୍ଞ ଯୋଗ ଦେଇଥିବା ବେଳେ ୭୦୦ ଜଣ ଲାଭାର୍ଥୀ ଏହାର ଲାଭ ଉଠାଇଥିଲେ। ସମସ୍ତଙ୍କୁ ଉତ୍ତମ ଚିକିତ୍ସା ପ୍ରଦାନ କରାଯାଇଥିବା ବେଳେ ନିଃଶୁଳ୍କ ମେଡ଼ିସିନ ମଧ୍ୟ ପ୍ରଦାନ କରାଯାଇଥିଲା। ରକ୍ତଚାପ, ମଧୁମେହ, ହେମୋଗ୍ଲୋବିନ, ଆଖି ମଧ୍ୟ ପରୀକ୍ଷା କରାଯାଇଥିଲା ଏହି ହେଲଥ ମେଳରେ। ଯୋଗ ଏବଂ ଲୋକନୃତ୍ୟ ସାହାଯ୍ୟରେ ସବୁ ପ୍ରକାର ରୋଗ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ ଏଠାରେ ଅନୁଷ୍ଠିତ ହୋଇଥିଲା। ପରିଶେଷରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଏଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ଯେଉଁଠାରୁ ସମୁଦାୟ ୩୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିବାର ଜଣାପଡିଛି।

ଜିଲ୍ଲା ପ୍ରଶାସନ ପକ୍ଷରୁ ଉକ୍ତ ହେଲଥ ମେଳାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ପ୍ରଶାନ୍ତ କୁମାର ଦାସ ଯୋଗ ଦେଇଥିବା ବେଳେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଚିଲିକା ବିଡ଼ିଓ ଡ଼ା ସୁଷମା ବାରିକ, ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ବାଲୁଗାଁ ମେଡିକାଲ ଅଧିକାରୀ ଡ଼ା ସୌମ୍ୟକାନ୍ତ ଦାସ ପଟ୍ଟନାୟକ, ଚିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ,ବ୍ଲକ ଆକାଉଣ୍ଟ ମ୍ୟାନେଜର ସନ୍ତୋଷ ରାମ,ବାଲୁଗାଁ ଏନଏସି ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ୪ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ମମତା ପାଇକରାୟ, ଚିଲିକା ସିଡ଼ିପିଓ ଅନୁସୂୟା ମିଶ୍ର, ସମସ୍ତ ଆଶା ଓ ଅଙ୍ଗନବାଡି କର୍ମୀ, ବାଲୁଗାଁ ଏନଏସି ର ସବୁ କାଉନସିଲର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ମାନେ ଯୋଗ ଦେଇଥିଲେ।

ଆୟୁଷ୍ମାନ ଭାରତ ହେଲଥ ମେଳା ଚିଲିକା ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବର ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଏକ ଦଶନ୍ଧିର ସଫଳ ଯାତ୍ରା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.