Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସ୍ବାସ୍ଥ୍ୟ ମେଳାର ଲାଭ ନେଲେ ୮୨୩ ହିତାଧିକାରୀ
ଆଞ୍ଚଳିକ

ବାଣପୁର: ସ୍ବାସ୍ଥ୍ୟ ମେଳାର ଲାଭ ନେଲେ ୮୨୩ ହିତାଧିକାରୀ

April 22, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଆଜି ହେଲଥ ମେଳା ଅନୁଷ୍ଠିତ ହୋଇଯାଇଛି। ନରେନ୍ଦ୍ରପୁର ପଞ୍ଚାୟତ ବାତ୍ୟା ଆଶ୍ରୟସ୍ଥଳି ପରିସରରେ ଉକ୍ତ ମେଳା ଅନୁଷ୍ଠିତ ହୋଇଛି। ଏହାକୁ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ସାଂସଦ ପ୍ରତିନିଧି ମାନସ ପ୍ରଧାନ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବିଡ଼ିଓ ପ୍ରଦ୍ୟୁମ୍ନ ନାୟକ, ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡ଼ା ରଘୁନାଥ ନାୟକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି, ବାଣପୁର ମେଡିକାଲ ଅଧିକାରୀ ଡ଼ା ରମାକାନ୍ତ ନାୟକ, ନରେନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ସବିତା ଦାସ, ସମିତି ସଭ୍ୟ କନ୍ଦର୍ପ ଜେନା ଏବଂ ସିଡ଼ିପିଓ ସରୋଜବାଳା ଆଚାର୍ଯ୍ୟ ମିଳିତ ଭାବେ ଉଦଘାଟନ କରିଥିଲେ।

ଉକ୍ତ ହେଲଥ ମେଳାରେ ଭେଷଜ ବିଶେଷଜ୍ଞ ଡ଼ା ଧୁର୍ଯଟି ପ୍ରସାଦ ମହାପାତ୍ର, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡ଼ା ରାକେଶ ମହାରଣା, ଦନ୍ତ ବିଶେଷଜ୍ଞ ଡ଼ା ମୋନାଲିସା ମହାପାତ୍ର, ଡ଼ା ଲୁଇସ ସୋଲମାନ, ଶିଶୁରୋଗ ବିଶେଷଜ୍ଞ ଡ଼ା ଅବିନାଶ ରାଉତରାୟ, ସର୍ଜରୀ ବିଭାଗର ବିଶେଷଜ୍ଞ ଡ଼ା ଲିଙ୍ଗରାଜ ଖଣ୍ଡାଇତରାୟ ଏବଂ ଡ଼ା ସ୍ୱାଧୀନ ପାଇକରାୟ ଆଦି ଯୋଗ ଦେଇଥିବା ବେଳେ ୮୨୩ ଜଣ ହିତାଧିକାରୀ ଏହାର ଲାଭ ଉଠାଇଥିଲେ।

ଉକ୍ତ ଶିବିରରେ ସମସ୍ତଙ୍କୁ ଉତ୍ତମ ଚିକିତ୍ସା ପ୍ରଦାନ କରାଯାଇଥିବା ବେଳେ ନିଃଶୁଳ୍କ ମେଡ଼ିସିନ ମଧ୍ୟ ପ୍ରଦାନ କରାଯାଇଥିଲା। ଉକ୍ତ ହେଲଥ ମେଳାରେ ରକ୍ତଚାପ, ମ୍ୟାଲେରିଆ,ମଧୁମେହ, ହେମୋଗ୍ଲୋବିନ, ଆଖି , ଯକ୍ଷ୍ମା ଏବଂ କୋଭିଡ ଆଦି ରୋଗ ର ପରୀକ୍ଷା କରାଯାଇଥିବା ବେଳେ ଲୋକନୃତ୍ୟ ସାହାଯ୍ୟରେ ବିଭିନ୍ନ ରୋଗର ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା। ଏଠାରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଭିନ୍ନ ପୋଷଣ ଜନିତ ଖାଦ୍ୟ ପ୍ରଦର୍ଶନୀର ଆୟୋଜନ ମଧ୍ୟ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଉକ୍ତ ହେଲଥ ମେଳାରେ ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପ୍ରଦୀପ କୁମାର ପାତ୍ର, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ପ୍ରସାଦ ସୁନ୍ଦରାୟ, ଫାର୍ମାସିଷ୍ଟ ପ୍ରମୋଦ କୁମାର ଦେହୁରୀ, ସମସ୍ତ ଆଶା, ଅଙ୍ଗନବାଡି କର୍ମୀ ଏବଂ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅନ୍ୟ ସମସ୍ତ କର୍ମଚାରୀ ମାନେ ଉପସ୍ଥିତି ଥିଲେ।

ଆୟୁଷ୍ମାନ ଭାରତ ହେଲଥ ମେଳା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.