Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଠଗଡ଼ରେ ରୋଟାରୀ କ୍ଲବ ଉଦ୍‌ଘାଟିତ
ଆଞ୍ଚଳିକ

ଆଠଗଡ଼ରେ ରୋଟାରୀ କ୍ଲବ ଉଦ୍‌ଘାଟିତ

April 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଠଗଡ଼ ଶ୍ରୀରାମ ମଣ୍ଡପଠାରେ ରୋଟାରୀ କ୍ଲବ ଆଠଗଡ଼ର ଆନୁଷ୍ଠାନିକ ଉଦ୍‌ଘାଟନ ଉତ୍ସବରେ ଯୋଗଦେଇ ଆନ୍ତର୍ଜାତିକ ରୋଟାରୀ ଜିଲ୍ଲା ୩୨୬୨ର ଜିଲ୍ଲା ଗଭର୍ଣ୍ଣର ଶାନ୍ତନୁ କୁମାର ପାଣି କହିଲେ ଯେ, ସେବା କ୍ଷେତ୍ରରେ ରୋଟାରୀ ସଂସ୍ଥାର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି। ବିଶ୍ୱରୁ ପୋଲିଓ ରୋଗର ନିରାକରଣ ପାଇଁ ରୋଟାରୀର କାର୍ଯ୍ୟକ୍ରମ ବିଶ୍ୱବାସୀଙ୍କ ଦ୍ୱାରା ଆଦୃତ ହୋଇଛି। ଆଠଗଡ଼ର ସାଧାରଣ ଜନତାଙ୍କୁ ବିଶ୍ୱବାସୀଙ୍କ ସହ ଯୋଡ଼ିବାରେ ରୋଟାରୀ କ୍ଲବ ଆଠଗଡ଼ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ ନୂତନ କ୍ଲବର ସଦସ୍ୟ ସଦସ୍ୟାମାନଙ୍କୁ ଆହ୍ୱାନ ଦେଇଥିଲେ।

ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ସଂସ୍କୃତ ବିଦ୍ୱାନ ତଥା ପୂର୍ବତନ କୁଳପତି ପ୍ରଫେସର ଡଃ ହରେକୃଷ୍ଣ ଶତପଥୀ କହିଲେ ଯେ, ମାନବ ସେବା ହିଁ ମାଧବ ସେବା। ଏହି ମାନସିକତାରେ ଯଦି ଆମେ ସାଧାରଣ ଜନତାର ସେବା କରିବା, ତେବେ ଇତିହାସରେ ନିଶ୍ଚିତଭାବେ ରୋଟାରୀ କ୍ଲବ ଆଠଗଡ଼ର ନାମ ରହିବ। ରୋଟାରୀ ଏଭଳି ଏକ ସଂସ୍ଥା ଯେ, ବିଶ୍ୱରେ ବହୁ ବିଶିଷ୍ଟ ଲୋକଙ୍କ ଠାରୁ ଆରମ୍ଭ କରି ତଳେ ଥିବା ସାଧାରଣ ଜନତାଙ୍କୁ ଏକତ୍ରିତ କରିବାରେ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିଛି। ସାରା ବିଶ୍ୱରେ ରୋଟାରୀର କୋଟି କୋଟି ସଦସ୍ୟା ଓ ସଦସ୍ୟା ଉତ୍ସର୍ଗୀକୃତ ଭାବେ ସାଧାରଣ ଜନତାର ସେବା କରୁଛନ୍ତି। ନବଗଠିତ କ୍ଲବର ଉପଦେଷ୍ଟା ତଥା ରୋଟାରୀ କ୍ଲବ ଭୁବନେଶ୍ୱର ସେଣ୍ଟ୍ରାଲର ସଭାପତି ବିଶିଷ୍ଟ ସମାଜସେବୀ, ସଂସ୍କୃତ ବିଦ୍ୱାନ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର, ଆଠଗଡ଼ ମାଟିର ଐତିହ୍ୟ ଓ ଗଡ଼ଜାତ ପ୍ରଜା ଆନ୍ଦୋଳନ ଓ ଅଂଶୁପା ହ୍ରଦ ଉପରେ ନିଜର ବକ୍ତବ୍ୟ ରଖିବା ସହ ସହରର ଗ୍ରାମୀଣ ପରିବେଶ ମଧ୍ୟରେ ରୋଟାରୀ ସଂସ୍ଥାର ସେବାମୂଳକ କାର୍ଯ୍ୟକ୍ରମକୁ ପହଞ୍ଚାଇବା ଆମର ମୂଳ ଲକ୍ଷ୍ୟ ବୋଲି କହିଥିଲେ।

ଆଜିର ଏହି କାର୍ଯ୍ୟକ୍ରମକୁ ଡଃ ଜ୍ଞାନେନ୍ଦ୍ର ଆରମ୍ଭ କରି ନୂତନ ସଭାପତି ମାନସ ସାହୁଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ଚାର୍ଟର ସେକ୍ରେଟାରୀ ବରୁଣ ରାଜ ଅତିଥିମାନଙ୍କୁ ସ୍ୱାଗତ କରିବା ସହ ଆଗାମୀ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ। ଶିକ୍ଷକ ନିରାକାର ମହାପାତ୍ର ଅତିଥି ପରିଚୟ ଓ ରୋଟାରୀୟାନ ରବୀନ୍ଦ୍ର କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ଗଭର୍ଣ୍ଣର ଶ୍ରୀ ପାଣି ସଭାପତି ଶ୍ରୀ ସାହୁଙ୍କୁ ରୋଟାରୀ ସ୍ୱୀକୃତି ପତ୍ର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ପ୍ରଥମ ମହିଳା ଶ୍ରୀମତୀ ଝରଣା ପାଣି ଓ ଆଠଗଡ଼ର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।

ଆଠଗଡ଼ ରୋଟାରୀ କ୍ଲବ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.