ବାଣପୁର: ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ

Published: Apr 26, 2022, 2:02 pm IST

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଛାତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଆଜି ଉଦଯାପିତ ହୋଇଯାଇଛି। ଗତ ୧୮ ତାରିଖ ଦିନ ମହାବିଦ୍ୟାଳୟ ପରିସରରେ ଉଦଘାଟିତ ହୋଇଥିବା ଉକ୍ତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ, ଅଧ୍ୟାପକ ପ୍ରହଲ୍ଲାଦ ଜେନା, ନୀଳମଣି ଘଡ଼ାଇ, ପ୍ରଦୀପ ଶତପଥି, ପ୍ରଶାନ୍ତ କୁମାର ହୋତା, ରାମକୃଷ୍ଣ ପାଲଟାସିଂହ, ମଧୁସୂଦନ ଜେନା, ବସନ୍ତ କୁମାର ଛାଟୋଇ ପ୍ରମୁଖ ଅଂଶଗ୍ରହଣ କରିଥିଲେ ଓ ସଂଯୋଜିକା ଅଧ୍ୟାପିକା ଗୀତାଞ୍ଜଳି ବିଶ୍ୱାଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଆଜିର ଉଦଯାପନୀ ଦିବସରେ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରଶିକ୍ଷିକା ସୁନିତା ବେହେରା ଛାତ୍ରୀମାନଙ୍କୁ ଆତ୍ମରକ୍ଷାର ବିଭିନ୍ନ କୌଶଳ ଗୁଡ଼ିକ ପ୍ରଦର୍ଶନ କରିଥିଲେ। ପରିଶେଷରେ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଓ ସଂଯୋଜିକା ଗୀତାଞ୍ଜଳି ବିଶ୍ୱାଳ ଛାତ୍ରୀ ମାନଙ୍କୁ ପ୍ରଶିକ୍ଷଣର ପ୍ରମାଣ ପତ୍ର ପ୍ରଦାନ କରିଥିଲେ।

Related posts