Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ପ୍ରଥମ ଦିନରେ ମାଟ୍ରିକ ପରୀକ୍ଷା ଦେଲେ ୩୩୭୮ ପରୀକ୍ଷାର୍ଥୀ, ୨୩୦ ଅନୁପସ୍ଥିତ
ଆଞ୍ଚଳିକ

ଚିଲିକାରେ ପ୍ରଥମ ଦିନରେ ମାଟ୍ରିକ ପରୀକ୍ଷା ଦେଲେ ୩୩୭୮ ପରୀକ୍ଷାର୍ଥୀ, ୨୩୦ ଅନୁପସ୍ଥିତ

April 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଶୁକ୍ରବାର ଦିନ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ୧୪୦୦ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ବାଣପୁର ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ୧୯୭୮ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିବାର ଜଣାପଡିଛି। କରୋନା କଟକଣା ଯୋଗୁଁ ଦୀର୍ଘ ଦୁଇ ବର୍ଷ ଧରି ଅଫଲାଇନ ପରୀକ୍ଷା ହୋଇନଥିଲା। ଦୀର୍ଘ ସମୟ ବ୍ୟବଧାନ ପରେ ଅଫଲାଇନ ପରୀକ୍ଷା ଦେଉଥିବାରୁ ଛାତ୍ରଛାତ୍ରୀଙ୍କ ମନରେ ଉତ୍କଣ୍ଠା ପରିଲକ୍ଷିତ ହୋଇଥିଲା।

ପରୀକ୍ଷା କେନ୍ଦ୍ରରେ କୌଣସି ବିଶୃଙ୍ଖଳା ନହେବା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ଚିଲିକା ବ୍ଲକ ରେ ୧୫୦୮ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବାବେଳେ ପ୍ରଥମ ଦିନ ପରୀକ୍ଷାରେ ୧୦୮ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ଥିଲେ।

ସେହିପରି ଭାବେ ବାଣପୁର ବ୍ଲକରେ ୨୧୦୦ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବାବେଳେ ପ୍ରଥମ ଦିନ ପରୀକ୍ଷାରେ ୧୨୨ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ଥିଲେ। ପରୀକ୍ଷା କେନ୍ଦ୍ର ଗୁଡିକରେ କପି ରୋକିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବା ସହ ଫ୍ଲାଇଙ୍ଗ ସ୍କ୍ୱାର୍ଡ ଗଠନ ହୋଇଥିବାର ଚିଲିକା ବିଇଓ ନଳିନୀ କାନ୍ତ ମହାନ୍ତି ଏବଂ ବାଣପୁର ବିଇଓ ସନାତନ ଜାଲି ସୂଚନା ଦେଇଛନ୍ତି।

ଚିଲିକା ବାଣପୁର ବ୍ଲକ ମାଟ୍ରିକ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026
Latest News

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.