ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି ୪ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ

Published: May 12, 2022, 11:56 am IST

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି (ଶୁକ୍ରବାର ଦିନ) ଚିଲିକା ନିର୍ବାଚନମଣ୍ଡଳୀରେ ଚାରି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ କେଭି ନାଭାଲ ଗ୍ରୀଡ଼ର ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୮ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ।

ଅନୁରୂପ ଭାବେ ଟାଙ୍ଗୀ ବ୍ଲକର କିଛି ଅଞ୍ଚଳରେ ମଧ୍ୟ ବିଦ୍ୟୁତ ସରବରାହ ବନ୍ଦ ରହିବ।  ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ଶ୍ରୀ ଦଳେଇ ନିବେଦନ କରିଛନ୍ତି।

ଅପରପକ୍ଷେ ଚିଲିକା ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟ୍ ର ଅଭିଯୋଗ ହେଉଥିବା ବେଳେ ଏହାକୁ ନେଇ ବିଜୁଳି ଉପଭୋକ୍ତାମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ କାଟ ନକରିବାକୁ ସାଧାରଣରେ ଦାବି ହେଉଛି।

Related posts