Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନ୍‌ଏସିର ପ୍ରଥମ ବୈଠକ: ଲୋକଙ୍କ ସୁବିଧା ପାଇଁ ନିଶୁଳ୍କ ଯୋଗାଯୋଗ ନଂ ଜାରି କଲେ ଅଧ୍ୟକ୍ଷା
ଆଞ୍ଚଳିକ

ବାଲୁଗାଁ ଏନ୍‌ଏସିର ପ୍ରଥମ ବୈଠକ: ଲୋକଙ୍କ ସୁବିଧା ପାଇଁ ନିଶୁଳ୍କ ଯୋଗାଯୋଗ ନଂ ଜାରି କଲେ ଅଧ୍ୟକ୍ଷା

May 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ସୁକାନ୍ତି ପାଇକରାୟଙ୍କ ପୌରୋହିତ୍ୟରେ ଆଜି ପୂର୍ବାହ୍ନରେ ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଉପାଧ୍ୟକ୍ଷ ଭଗବାନ ପ୍ରଧାନ ଓ ସମସ୍ତ ୧୦ କାଉନ୍‌ସିଲରଙ୍କ ସମେତ ପୌରଯନ୍ତ୍ରୀ, ଜନସ୍ୱାସ୍ଥ୍ୟ ବିଭାଗ ଯନ୍ତ୍ରୀ ଓ ପରିଷଦର କନିଷ୍ଠ ଯନ୍ତ୍ରୀ ଉପସ୍ଥିତ ଥିଲେ।

ପ୍ରଥମେ ଅଧ୍ୟକ୍ଷା, ଉପାଧ୍ୟକ୍ଷ ଦୀପ ପ୍ରଜ୍ଜ୍ୱଳନ କରିବା ସହ ସରସ୍ୱତୀ ଶିଶୁ ମନ୍ଦିରର କୁନି କୁନି ପିଲାଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ପରେ ନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ୍ ସମସ୍ତ ସଭ୍ୟଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ନିର୍ବାହୀ ଅଧିକାରୀ ଉପସ୍ଥିତ ଥିବା ସମସ୍ତ କାଉନ୍‌ସିଲର୍ ଓ ବିଭାଗୀୟ କର୍ମକର୍ତ୍ତାମାନଙ୍କ ପରିଚୟ ପ୍ରଦାନ କରି ପ୍ରାରମ୍ଭିକ ଅଭିଭାଷଣ ଦେଇଥିଲେ।

ଉକ୍ତ ଅଭିଭାଷଣରେ ଶ୍ରୀ ସେଠ୍ ବିଗତ ୫ ବର୍ଷ ମଧ୍ୟରେ ପରିଷଦରେ ହୋଇଥିବା ଆୟବ୍ୟୟ ପଠନ କରିଥିଲେ। ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପ୍ରସ୍ତାବ କରାଯାଇଥିବା ସାମ୍ଭାବ୍ୟ ବଜେଟ୍‌ର ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଏକ ଜନହିତକର କାର୍ଯ୍ୟ ହାତକୁ ନେଇଥିବା କହିଛନ୍ତି। ତାହା ହେଉଛି ୨୪ ଘଣ୍ଟିଆ ନିଶୁଳ୍କ ଯୋଗାଯୋଗ ନଂ-୮୦୯୩୮୨୯୯୮୮। ଏହି ନଂ ମାଧ୍ୟମରେ ନଗରବାସୀ ଯେକୌଣସି ସମୟରେ ନିଜ ନିଜ ସମସ୍ୟାକୁ ଅଧ୍ୟକ୍ଷାଙ୍କ ସହିତ ଆଲୋଚନା କରିପାରିବେ।

ଏହି ଯୋଗାଯୋଗ ନଂକୁ ନେଇ ଶ୍ରୀମତି ପାଇକରାୟ କହିଛନ୍ତି ବାଲୁଗାଁ ଏନ୍‌ଏସିବାସୀ ବହୁତ ଉପକୃତ ହେବେ। ଏବଂ କାହାର କୌଣସି ସମସ୍ୟା ରହିବ ନାହିଁ। ପରେ ସର୍ବସାଧାରଣଙ୍କର ଯେକୌଣସି ସାହାର୍ଯ୍ୟ ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ନିଜ ମୋବାଇଲ୍ ନଂ-୯୪୩୭୮୧୪୮୪୮ ସାର୍ବଜନୀନ କରିଛନ୍ତି।

ଏହାପରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା। ଶେଷରେ ଉପାଧ୍ୟକ୍ଷ ଶ୍ରୀ ପ୍ରଧାନ ଧନ୍ୟବାଦ ଦେଇଥିଲେ।

ବାଲୁଗାଁ ଏନ୍ଏସି ସାଧାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.