Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ପ୍ରଥମ ସାଧାରଣ ବୈଠକ: ଯୋଗ ଦେଲେନି ସ୍ୱାସ୍ଥ୍ୟ ଏବଂ ବିଦ୍ୟୁତ ବିଭାଗର ଅଧିକାରୀ
ଆଞ୍ଚଳିକ

ବାଣପୁର ବ୍ଲକରେ ପ୍ରଥମ ସାଧାରଣ ବୈଠକ: ଯୋଗ ଦେଲେନି ସ୍ୱାସ୍ଥ୍ୟ ଏବଂ ବିଦ୍ୟୁତ ବିଭାଗର ଅଧିକାରୀ

June 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହଙ୍କ ଅଧ୍ୟକ୍ଷତାରେ ଆଜି ପଞ୍ଚାୟତ ସମିତିର ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଡ଼ିଓ ପ୍ରଦ୍ୟୁମ୍ନ ନାୟକ, ଏବିଡ଼ିଓ ସୀମାଦ୍ରୀ ପାତ୍ର, ବ୍ଲକ ଉପାଧ୍ୟକ୍ଷା ରୀନା ଦେଇ, ୧୩, ୧୪ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା, ୧୧ ସରପଞ୍ଚ, ୧୦ ସମିତି ସଭ୍ୟ ଏବଂ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।

ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷା ପ୍ରଥମେ ଦୀପ ପ୍ରଜ୍ଜ୍ୱଳନ କରିବା ପରେ ବିଡ଼ିଓ ଶ୍ରୀ ନାୟକ ସମସ୍ତ ନିର୍ବାଚିତ ଜନପ୍ରତିନିଧିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ। ବିଡ଼ିଓ ବୈଠକରେ ଉପସ୍ଥିତ ଥିବା ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟା ଓ ବିଭାଗୀୟ ଅଧିକାରୀଙ୍କ ପରିଚୟ ପ୍ରଦାନ କରି ପ୍ରାରମ୍ଭିକ ଅଭିଭାଷଣ ଦେଇଥିଲେ।

ଉକ୍ତ ଅଭିଭାଷଣରେ ବିଡ଼ିଓ ଶ୍ରୀ ନାୟକ ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପ୍ରସ୍ତାବିତ ସାମ୍ଭାବ୍ୟ ବଜେଟ୍‌ର ବିସ୍ତୃତ ବିବରଣୀ ପାଠ କରିଥିଲେ। ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହ ତାଙ୍କ ବକ୍ତବ୍ୟରେ ନିଶ୍ଚିତ କର୍ମନିଯୁକ୍ତି, ସ୍ବଚ୍ଛତା, ଶିଶୁ ବିକାଶ, ବାର୍ଦ୍ଧକ୍ୟ ଭତ୍ତା, ଖାଉଟି କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଶତ ପ୍ରତିଶତ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦେଇଥିଲେ। ତତସହିତ ବ୍ଲକର କୌଣସି ବାସିନ୍ଦା ଯଦି କୌଣସି ସମସ୍ୟାର ସମ୍ମୁଖୀନ ହୁଅନ୍ତି ସେମାନେ ନିର୍ଦ୍ବନ୍ଦରେ ଅଧ୍ୟକ୍ଷଙ୍କୁ ଭେଟିପାରିବେ ବୋଲି ଶ୍ରୀ ରଣସିଂହ କହିଥିଲେ।

ଏହାପରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା। ତେବେ ଉକ୍ତ ଗୁରୁତ୍ୱପୂର୍ଣ ବୈଠକରେ ପୂର୍ବ ସୂଚନା ସତ୍ୱେ ସ୍ୱାସ୍ଥ୍ୟ ଏବଂ ବିଦ୍ୟୁତ ବିଭାଗର କୌଣସି ଅଧିକାରୀ ଯୋଗଦେଇନଥିବାରୁ ଅଧ୍ୟକ୍ଷ କ୍ଷୋଭ ପ୍ରକାଶ କରିବା ସହ ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳଙ୍କୁ ପତ୍ର ଲେଖିଥିବାର କହିଛନ୍ତି। ସଭାଶେଷରେ ଏବିଡ଼ିଓ ଶ୍ରୀ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.