Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଙ୍କିଆ ଥାନାଧିକାରୀଙ୍କ ବଦଳିରେ ଖୁସି ମନାଇଲେ ଖଣି ମାଫିଆ
ଆଞ୍ଚଳିକ

ଜଙ୍କିଆ ଥାନାଧିକାରୀଙ୍କ ବଦଳିରେ ଖୁସି ମନାଇଲେ ଖଣି ମାଫିଆ

June 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ପୁଣି ଚର୍ଚ୍ଚାରେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଆଇଆଇସି ଦିଗବିଜୟ ବିଶ୍ୱାଳ। ଗତକାଲି ତାଙ୍କର ଟାଙ୍ଗୀ ଥାନାକୁ ବଦଳି ହେବା ଖବର ପ୍ରଚାର ହେବା ପରେ ଜଙ୍କିଆରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ବହୁ ଖଣି ମାଫିଆମାନେ ଶ୍ରୀ ବିଶ୍ୱାଳଙ୍କ ବଦଳିରେ ଖୁସି ମନାଉଥିବାର ଦେଖିବାକୁ ମିଳିଛି। ତେବେ ଏହା ପଛରେ ଅନେକ କାରଣ ଥିବା  କୁହାଯାଉଛି।

ଯେତେବେଳେ ଶ୍ରୀ ବିଶ୍ଵାଳ ନୂତନ ଆଇଆଇସି ଭାବେ ଜଙ୍କିଆ ଥାନାରେ ନିଯୁକ୍ତି ପାଇଥିଲେ, ସେତେବେଳେ ସେ ମାତ୍ର ୭ ମାସ ମଧ୍ୟରେ ଜଙ୍କିଆ ଥାନା ଅଞ୍ଚଳରେ ଥିବା ଖଣି ମାଫିଆମାନଙ୍କ ନିଦ ହଜାଇଦେଇଥିଲେ। ପ୍ରତିଦିନ ବେଆଇନ ପଥର ଖଣି ଉପରେ ଚଢ଼ାଉ କରି ଏକାଧିକ ଗାଡ଼ି ଜବତ କରିଥିଲେ। ଫଳ ସ୍ୱରୂପ କିଛି ଖଣି ମାଫିଆ ନିଜ ଗାଡ଼ି ବିକ୍ରି କରିଦେଉଥିବା ବେଳେ ଆଉ କିଛି ମାଫିଆ ମାନେ ନିଜ ନିଜ ଗାଡ଼ିକୁ ଘରେ ରଖିଦେଇଥିବାର ଶୁଣିବାକୁ ମିଳୁଥିଲା। ଜଣେ ସଚ୍ଚୋଟ, କର୍ତ୍ତବ୍ୟ ପରାୟଣ ତଥା ଦବଙ୍ଗ ପୋଲିସ ଅଧିକାରୀ ଭାବେ ଶ୍ରୀ ବିଶ୍ଵାଳ ବେସ୍ ଜଣାଶୁଣା।

ପୂର୍ବରୁ ଶ୍ରୀ ବିଶ୍ୱାଳ ବାଣପୁର ଥାନାରେ ଦେଢ଼ ବର୍ଷ କାଳ ଏସଆଇ ରହିଥିବା ବେଳେ ଅପରାଧୀମାନଙ୍କୁ ଦମନ କରିବା କୌଶଳକୁ ନେଇ ବେସ୍ ଚର୍ଚ୍ଚାରେ ଥିଲେ। ଏପରିକି ବାଣପୁର ଥାନାରୁ ବଦଳି ଦିନ କେତେକ ଅପରାଧୀମାନେ ଏଥିଲାଗି ଖୁସି ମନାଇଥିବାର ଦେଖିବାକୁ ମିଳିଥିଲା। ବାଣପୁର ଥାନାରେ ତାଙ୍କର ଲୋକପ୍ରିୟତା ଏପରି ଥିଲା ଯେ, ବଦଳି ହେବା ଖବର ଜାଣି ସ୍ଥାନୀୟ ମହିଳାମାନେ ବାତିଲ ଦାବିରେ ବାଣପୁର ଥାନାରେ ଧାରଣା ଦେବା ସହ ତତ୍କାଳୀନ ଏସପିଙ୍କୁ ଦାବିପତ୍ର ମଧ୍ୟ ଦେଇଥିଲେ।

ସେହିପରି ଭାବେ ବର୍ତ୍ତମାନ ଟାଙ୍ଗୀ ଆଇଆଇସି ବିଜୟ ମଲ୍ଲିକଙ୍କ କଟକ ଜିଲ୍ଲାକୁ ବଦଳି ହୋଇଥିବାବେଳେ ଟାଙ୍ଗୀରେ ଆଇନ ଶୃଙ୍ଖଳା ରକ୍ଷା କରିବା ସହ ଅପରାଧକୁ ନିୟନ୍ତ୍ରଣ କରିବା ନୂତନ ଆଇଆଇସି ଶ୍ରୀ ବିଶ୍ୱାଳଙ୍କ ପାଇଁ ଚ୍ୟାଲେଞ୍ଜ ରହିବ।

ଖଣି ମାଫିଆ ଟାଙ୍ଗୀ ଥାନା ଥାନା ଅଧିକାରୀ ଦିଗବିଜୟ ବିଶ୍ୱାଳ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.