Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କେନ୍ଦ୍ର ମନ୍ତ୍ରୀଙ୍କ ଚିଲିକା ଗସ୍ତ: ଆରମ୍ଭ କଲେ ହର ଘର ତ୍ରିରଙ୍ଗା ଅଭିଯାନ
ଆଞ୍ଚଳିକ

କେନ୍ଦ୍ର ମନ୍ତ୍ରୀଙ୍କ ଚିଲିକା ଗସ୍ତ: ଆରମ୍ଭ କଲେ ହର ଘର ତ୍ରିରଙ୍ଗା ଅଭିଯାନ

July 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପୂର୍ବାହ୍ନରେ କେନ୍ଦ୍ର ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସ୍ୱାଧି ନିରଞ୍ଜନ ଜ୍ୟୋତି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ଏହି ଗସ୍ତ ସମୟରେ ସେ ବାଲୁଗାଁ ଗାନ୍ଧୀ ଛକ ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ହର ଘର ତ୍ରିରଙ୍ଗାର ପ୍ରଚାର ପ୍ରସାର ପାଇଁ ବଜାର ପରିକ୍ରମା କରିବା ସହ ୭ ନଂ ୱାର୍ଡ ପାଟଣା ସାହି ପର୍ଯ୍ୟନ୍ତ ପଦ ଯାତ୍ରା କରିଛନ୍ତି। ଏଥିସହିତ ୭ନଂ ୱାର୍ଡ କାଉନସିଲର ରୁନୁ ବେହେରାଙ୍କ ଘର ଠାରୁ ହର ଘର ତ୍ରିରଙ୍ଗାର ଅଭିଯାନ ଆରମ୍ଭ କରିଛନ୍ତି।

ଦୀର୍ଘ ଦୁଇ ବର୍ଷ ଧରି ମହାମାରୀ କରୋନା ପ୍ରଭାବରେ ବହୁ ଜନଜୀବନ ମୃତ୍ୟୁ ତାଣ୍ଡବରେ ଲୀନ ହେଇଥିବା ସହ ଘୋର ଆର୍ଥିକ ଅନଟନ ମଧ୍ୟ ଦେଖାଦେଇଥିଲା। ଯାହାକି ଏଭଳି ମହାମାରୀରୁ ରକ୍ଷା ପାଇବା ପାଇଁ ଏକ ମାତ୍ର ବିଶଲ୍ୟକରଣୀ ଥିଲା କୋଭିଡ ଟୀକା।ପ୍ରଧାନମନ୍ତ୍ରୀ ମୋଦିଙ୍କ ନିର୍ଦ୍ଦେଶ କ୍ରମେ ପ୍ରତି ଜନସାଧାରଣଙ୍କୁ ଟୀକାକରଣ ନେଇ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକୁ ଦାଇତ୍ୱ ଦିଆଯାଇଥିଲା। ଏନେଇ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସ୍ୱାଧି ବିଭିନ୍ନ ଟୀକାକରଣ କେନ୍ଦ୍ରମାନ ପରିଦର୍ଶନ କରିଛନ୍ତି। ଏବଂ ଏହାକୁ ଅଧିକ ତ୍ୱରିତ କରିବାପାଇଁ ସିଏଚସି ଅଧିକାରୀ ଡା. ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି।

ବାଲୁଗାଁ କାର୍ଯ୍ୟକ୍ରମ ସାରି କେନ୍ଦ୍ରମନ୍ତ୍ରୀ ବାଣପୁର ଗସ୍ତ କରିଛନ୍ତି। ବିଷରପାଟଣା ଛକରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବା ପରେ କେନ୍ଦ୍ରମନ୍ତ୍ରୀ ସିଧାସଳଖ ଗମ୍ଭାରୀମୁଣ୍ଡା ଯାଇ ସେଠାରେ ପ୍ରଧାନମନ୍ତ୍ରୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହାପରେ ଦେଓଗାଁରେ ‘ବୁଥ କମିଟି’ ଓ ‘ପନ୍ନା ପ୍ରବାସ’ କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ବିମାନବନ୍ଦର ଫେରିଯାଇଛନ୍ତି।

କେନ୍ଦ୍ରମନ୍ତ୍ରୀଙ୍କ ଉକ୍ତ ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ କେନ୍ଦ୍ର ପର୍ଯ୍ୟଟନ ଅଧ୍ୟକ୍ଷ ତଥା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ଼ା. ସମ୍ବିତ ପାତ୍ର, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ ଏବଂ ବହୁ ଜିଲ୍ଲାସ୍ତରୀୟ ଓ ଆଞ୍ଚଳିକ ବିଜେପି ନେତାମାନେ ସାମିଲ ଥିଲେ।

କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

କେନ୍ଦ୍ର ମନ୍ତ୍ରୀ ଚିଲିକା ଗସ୍ତ ହର ଘର ତ୍ରିରଙ୍ଗା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.