Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ : ସଂଘବଦ୍ଧ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟଣାରେ ୫ ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଲୁଗାଁ : ସଂଘବଦ୍ଧ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟଣାରେ ୫ ଅଭିଯୁକ୍ତ ଗିରଫ

August 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ : ସଂଘବଦ୍ଧ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟଣାରେ ୫ ଅଭିଯୁକ୍ତ ଗିରଫ

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ରଘୁନାଥପୁର ଗ୍ରାମରେ ଘଟିଥିବା ରଙ୍କନାଥ ସାହୁଙ୍କ ହତ୍ୟା ଘଟଣାରେ ଆଜି 5 ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଏ ନେଇ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି । ଖୋର୍ଦ୍ଧା ଏସପି ଉକ୍ତ ହତ୍ୟା ଘଟଣାକୁ ଗୁରୁତର ସହ ନେଇଥିଲେ ଏବଂ ତାଙ୍କ ନିର୍ଦେଶକ୍ରମେ ଜିଲ୍ଲା ଏବଂ ଜିଲ୍ଲା ବାହାରେ ବିଭିନ୍ନ ଅଞ୍ଚଳରେ ବାଲୁଗାଁ ପୋଲିସ ଓ ସ୍ୱତନ୍ତ୍ର ସ୍କ୍ୱାର୍ଡର ଏକାଧିକ ଟିମ ନିରନ୍ତର ଚଢ଼ାଉ ଜାରି ରଖି ୫ ଜଣଙ୍କୁ ଗିରଫ କରିଛି ।

ଗିରଫ ଅଭିଯୁକ୍ତମାନେ ହେଲେ ରଘୁନାଥପୁର ଗ୍ରାମର ପଦ୍ମଚରଣ ରାଉତ(୬୫),ପ୍ରଭାତ କୁମାର ରାଉତ(୫୩),କାଳୁ ଚରଣ ରାଉତ(୩୭), ନବୀନ ରାଉତ(୨୮) ଏବଂ ରାଜକିଶୋର ରାଉତ(୫୫) । ତେବେ ଉକ୍ତ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ବେଳେ ଅଦ୍ୟାବଧି ଗିରଫ ୫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବାର ଏସଡିପିଓ ଶ୍ରୀ ବାରିକ କହିଛନ୍ତି ।

ଖୋର୍ଦ୍ଧା ଏସପି ବାଲୁଗାଁ ରଘୁନାଥପୁର ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ବାଲୁଗାଁ ମା ଭଗବତୀ କଳାନିକେତନର ସଂଗୀତ ଓ ନୃତ୍ୟ ପରୀକ୍ଷା, କୃତି ପରୀକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ପ୍ରଦାନ 

August 10, 2026

Balugaon News: ବାଲୁଗାଁର ସ୍ଥାୟୀ ବିକାଶ ଦିଗରେ ଐତିହାସିକ ପଦକ୍ଷେପ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାସ୍ତାରେ ଜଳିଲା ଟାୟାର, ଭାପୁରରେ ଉତ୍ତେଜନା

August 11, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.