Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭାରତ ସରକାରଙ୍କ ନମୁନା ପଞ୍ଜୀକରଣ ପଦ୍ଧତିରେ ମୋବାଇଲ ଆପ୍ ବ୍ୟବହାର ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଆଞ୍ଚଳିକ

ଭାରତ ସରକାରଙ୍କ ନମୁନା ପଞ୍ଜୀକରଣ ପଦ୍ଧତିରେ ମୋବାଇଲ ଆପ୍ ବ୍ୟବହାର ପ୍ରଶିକ୍ଷଣ କାର୍ଯ୍ୟକ୍ରମ

August 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା  

କଳାହାଣ୍ଡି: ଭାରତ ସରକାରଙ୍କ ଜନଗଣନା ନିର୍ଦ୍ଦେଶାଳୟ ଓଡିଶା ଭୁବନେଶ୍ବର ପକ୍ଷରୁ ଜନ୍ମ ଓ ମୃତ୍ୟୁ ସମ୍ପର୍କିତ ନମୁନା ପଞ୍ଜୀକରଣ ପଦ୍ଧତିର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ  ଶରତ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଶୁଭେନ୍ଦୁ ମୁଣ୍ଡଙ୍କ ଉପସ୍ଥିତିରେ ଭୁବନେଶ୍ବର ଜନଗଣନା ନିର୍ଦ୍ଦେଶାଳୟରୁ ଆସିଥିବା ସହକାରୀ ନିର୍ଦ୍ଦେଶକ ଜୟକୃଷ୍ଣ ଭୋଇ, ନୋଡାଲ ଅଫିସର ଭାବେ ହେମନ୍ତ କୁମାର ନାଏକ ଉପସ୍ଥିତ ଥିଲେ।

ମୁଖ୍ୟ ପ୍ରଶିକ୍ଷକ ଉପେନ୍ଦ୍ର କୁମାର ନାଏକ ଏବଂ ସହକାରୀ ପ୍ରଶିକ୍ଷକ ରଞ୍ଜନ କୁମାର ମେହେର କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରୁ ଆସିଥିବା ୩୪ ଜଣ ସାମୟିକ ଗଣନା କାରୀମାନଙ୍କୁ ମୋବାଇଲ୍ ଆପ୍ ମାଧ୍ୟମରେ ଜନ୍ମ ଓ ମୃତ୍ୟୁ ସମ୍ପର୍କିତ ସଠିକ୍ ତଥ୍ୟ ସଂଗ୍ରହ କରି ଭାରତର ମହା ପଞ୍ଜିକାରଙ୍କ ଦ୍ଵାରା ବିକଶିତ ୱେବ୍ ପୋର୍ଟାଲ୍ ରେ କିପରି ଅପଲୋଡ କରିବେ ତାହାର ବିଶଦ ଆଲୋଚନା କରିଥିଲେ।

ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଭାରତ ସରକାର ମୋବାଇଲ ଆପ୍
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁତ୍ୱପୂର୍ଣ୍ଣ ଖଣିଜ କ୍ଷେତ୍ରରେ ଭାରତ-କାନାଡା ସହଯୋଗ ବୃଦ୍ଧି ଉପରେ ଜୋର

May 8, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.