Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟରେ ସ୍ୱାଧୀନତା ଦିବସ ପାଳିତ, ଆଇନଜୀବୀଙ୍କ ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଓ ଦୀପଦାନ
ଆଞ୍ଚଳିକ

ବାଣପୁର କୋର୍ଟରେ ସ୍ୱାଧୀନତା ଦିବସ ପାଳିତ, ଆଇନଜୀବୀଙ୍କ ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଓ ଦୀପଦାନ

August 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ସାରା ଦେଶ ଆଜି ପାଳୁଛି ୭୬ ତମ ସ୍ୱାଧୀନତା ଦିବସ। ତେବେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ହୋଇଥିବାରୁ ଆଜାଦି କି ଅମୃତ ମହୋତ୍ସବ ମଧ୍ୟ ପାଳନ କରୁଛି ସମଗ୍ର ଦେଶ।

ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର କୋର୍ଟ ପରିସରରେ ଧୁମଧାମରେ ପାଳିତ ହୋଇଯାଇଛି ସ୍ୱାଧୀନତା ଦିବସ। କୋର୍ଟ ପରିସରରେ ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିବା ସହ ନିଜର ଅଭିଭାଷଣ ରଖିଥିଲେ।

ଏହାପରେ ବାଣପୁର ଓକିଲ ସଂଘର ସଭାପତି ପ୍ରଭାତ ପଟ୍ଟଯୋଶୀ ଏବଂ ସମ୍ପାଦକ ଜଗନ୍ନାଥ ଭୋଳ ନିଜର ଅଭିଭାଷଣ ରଖିଥିଲେ। ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଶେଷ ହେବା ପରେ ସମସ୍ତ ଆଇନଜୀବୀ ମାନେ କୋର୍ଟ ପରିସରରୁ ତ୍ରିରଙ୍ଗା ପତାକା ସହ ଏକ ବିଶାଳ ବାଇକ ଶୋଭାଯାତ୍ରାରେ ବାହାରି ସମଗ୍ର ସହର ପରିକ୍ରମା କରି ପରିଶେଷରେ ମା’ ଭଗବତୀ ମନ୍ଦିର ଠାରେ ଶୋଭାଯାତ୍ରାକୁ ଶେଷ କରିଥିଲେ।

ମନ୍ଦିର ପରିସରରେ ୭୫ ଗୋଟି ଦୀପଦାନ କରିବା ସହ ସାରା ଦେଶବାସୀଙ୍କ ପାଇଁ ଆଇନଜୀବୀ ମାନେ ମଙ୍ଗଳ ମନାସିଥିଲେ। ଆଜାଦି କି ଅମୃତ ମହୋତ୍ସବ ପାଳନ ଅବସରରେ ସ୍ୱାଧୀନତା ଦିବସରେ ଆଇନଜୀବୀମାନଙ୍କ ପକ୍ଷରୁ ଏପରି ଅଭିନବ ପ୍ରୟାସ ପ୍ରଥମ ଥର ଲାଗି ହାତକୁ ନିଆଯାଇଛି।

ଉକ୍ତ କାର୍ଯ୍ୟକ୍ରମକୁ ଆଇନଜୀବୀ ରଞ୍ଜନ କୁମାର ବେଦମତ୍ତା, ସଂଘ ଉପସଭାପତି ପଦ୍ମଜା ପଟ୍ଟନାୟକ ଏବଂ ଅନ୍ୟ ସଦସ୍ୟ ମାନେ ପରିଚାଳନା କରିଥିଲେ।

ଆଜାଦି କି ଅମୃତ ମହୋତ୍ସବ ଜାତୀୟ ପତାକା ଉତ୍ତୋଳନ ତ୍ରିରଙ୍ଗା ଶୋଭାଯାତ୍ରା ବାଣପୁର କୋର୍ଟ ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.