Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଜାଦି କି ଅମୃତ ମହୋତ୍ସବ ଉପଲକ୍ଷେ ବାଣପୁରରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା
ଆଞ୍ଚଳିକ

ଆଜାଦି କି ଅମୃତ ମହୋତ୍ସବ ଉପଲକ୍ଷେ ବାଣପୁରରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

August 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଆଜାଦି କି ଅମୃତ ମହୋତ୍ସବ ଉପଲକ୍ଷେ ଉକ୍ତ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୭୫ ମିଟର ଲମ୍ବା ତ୍ରିରଙ୍ଗା ପତାକାକୁ ଶତାଧିକ ଜନସାଧାରଣ ଓ ଛାତ୍ରଛାତ୍ରୀମାନେ ଧରି ବାଣପୁର ବିଷରପାଟଣା ଛକରୁ ବାହାରି ମା’ ଭଗବତୀ ମନ୍ଦିର ଠାରେ ପହଞ୍ଚିଥିଲେ। ସେଠାରେ ମା’ ଙ୍କ ନିକଟରେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୭୫ ଗୋଟି ଦୀପ ଦାନ କରାଯାଇଥିଲା।

ଅତିଥି ଭାବେ ଡାକ୍ତର ସୁରେନ୍ଦ୍ର ନାଥ ପାତ୍ର ପ୍ରଥମ ଦୀପଦାନ କରିଥିଲେ। ଏହାପରେ ଶୋଭାଯାତ୍ରା ସମଗ୍ର ବାଣପୁର ସହର ପରିକ୍ରମା କରି ପଲଟନ ପଡିଆଠାରେ ଶେଷ ହୋଇଥିଲା।

ଓଡ଼ିଶାର ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ର, ବିଜୁ ପଟ୍ଟନାୟକ ଏବଂ ସହିଦ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଉକ୍ତ ଶୋଭାଯାତ୍ରାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବାଣପୁରର ସମସ୍ତ ଗୁରୁଜୀ, ଗୁରୁମା ଏବଂ ଛାତ୍ରଛାତ୍ରୀମାନେ ସାମିଲ ହୋଇଥିଲେ। ସମସ୍ତଙ୍କ ହାତରେ ତ୍ରିରଙ୍ଗା ପତାକା ଥିବା ବେଳେ ଭାରତ ମାତା କି ଜୟ ଧ୍ୱନିରେ ବାଣପୁର ସହର ପ୍ରକମ୍ପିତ ହୋଇଉଠିଥିଲା।

https://thesamikhsya.com/odia/wp-content/uploads/2022/08/WhatsApp-Video-2022-08-17-at-5.12.11-PM.mp4

ତେବେ ଶୋଭାଯାତ୍ରା କିଛି ବାଟ ଅତିକ୍ରମ କଲା ପରେ ପ୍ରବଳ ବର୍ଷା ହୋଇଥିବା ସତ୍ତ୍ୱେ ସମସ୍ତେ ଦେଶପ୍ରମକୁ ଉଜ୍ଜୀବିତ କରି ବର୍ଷାରେ ଭିଜି ନିରନ୍ତର ତ୍ରିରଙ୍ଗା ଯାତ୍ରା କରିଚାଲିଥିଲେ। ଶୋଭାଯାତ୍ରା ଶେଷ ହେବା ପରେ ପଲଟନ ପଡିଆ ନିକଟରେ ବାଲୁଗାଁସ୍ଥିତ କାଳିଜାଇ କଳା ନିକେତନ ପକ୍ଷରୁ ଚିତାକର୍ଷକ ଦେଶାତ୍ମକବୋଧକ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମକୁ ଅମୃତ ମହୋତ୍ସବ ସମାରୋହ ସମିତି, ବାଣପୁର ଖଣ୍ଡ ପରିଚାଳିତ କରିଥିଲା। ଆଇନ ଶୃଙ୍ଖଳା ରକ୍ଷା ତଥା ଟ୍ରାଫିକ ପରିଚାଳନା ନିମନ୍ତେ ବାଣପୁର ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ଆଜାଦି କି ଅମୃତ ମହୋତ୍ସବ ତ୍ରିରଙ୍ଗା ଶୋଭାଯାତ୍ରା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.