Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯୁବ ଭଲିବଲ୍ ଖେଳାଳି ଆଶିଷ ସ୍ଵାଇଁଙ୍କୁ ସମ୍ମାନିତ କଲେ ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟକ୍ଷ
ଆଞ୍ଚଳିକ

ଯୁବ ଭଲିବଲ୍ ଖେଳାଳି ଆଶିଷ ସ୍ଵାଇଁଙ୍କୁ ସମ୍ମାନିତ କଲେ ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟକ୍ଷ

August 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ୧୪ ତମ ଏସୀୟ ପୁରୁଷ ଅଣ୍ଡର-୧୮ ଭଲିବଲ୍ ଚାମ୍ପିଅନସିପରେ ଦେଶ ପାଇଁ ଖେଳିଥିବା ଯୁବ ଖେଳାଳି ଆଶିଷ ସ୍ଵାଇଁଙ୍କୁ ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟକ୍ଷ ସମ୍ମାନିତ କରିଛନ୍ତି।

ଆନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟରେ ଭାରତୀୟ ଦଳ୍ ର ସଦସ୍ୟ ରହି ବ୍ରୋଞ୍ଜ ପଦକ ଜିତି ଥିବାରୁ ଆଶୀଷଙ୍କୁ ମହାବିଦ୍ୟାଳୟର ଅଧ୍ୟକ୍ଷ ବନମାଳି ବେହେରା ପୁଷ୍ପଗୁଚ୍ଛ ଦେଇ ସମ୍ମାନୀତ କରିଛନ୍ତି। ଏବଂ ତାଙ୍କର ଆଗାମୀ ଶିକ୍ଷା ନିଶୁଳ୍କ କରିବା ପାଇଂ ଆଗ୍ରହ ପ୍ରକାଶ କରିଛନ୍ତି। ଏହା ସମଗ୍ର ବାଣପୁର ଅଞ୍ଚଳ ଓ ଗୋଦାବରୀଶ ମହାବିଦ୍ୟାଳୟ ପାଇଁ ଗର୍ବ ଗୌରବ ଓ ପ୍ରେରଣାପ୍ରଦ ବିଷୟ ବୋଲି ଅଧ୍ୟକ୍ଷ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଅଧ୍ୟାପକ ପ୍ରଦୀପ୍ତ କୁମାର ଦାସ, ଡକ୍ଟର୍ ସୁର ପ୍ରତାପ ନରେନ୍ଦ୍ର ସିଂ ବର୍ମା, ଡକ୍ଟର୍ ପ୍ରାଶାନ୍ତ କୁମାର ପ୍ରଧାନ, ଗୋଲକ ବିହାରି ବେହେରା ଓ ଅବସର ପ୍ରାପ୍ତ କ୍ରୀଡା ଶିକ୍ଷକ ବୈରାଗୀ ଚରଣ ବଳ ଉପସ୍ତିତ ଥିଲେ।

ଏହି ଚମ୍ପିୟାନସିପରେ ଆଶିଷ ବେଶ ଭଲ ପ୍ରଦର୍ଶନ କରିଥିଲେ। ଭାରତ ଦୀର୍ଘ ୧୪ ବର୍ଷ ପରେ ୧୪ ତମ ଏସୀୟ ପୁରୁଷ ଅଣ୍ଡର-୧୮ ଭଲିବଲ୍ ଚାମ୍ପିଅନସିପରେ ବ୍ରୋଞ୍ଜ ପଦକ ହାସଲ କରିଛି। ଆଶିଷ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମର। ତାଙ୍କର ବାପା ଜଣେ ଅଟୋ ରିକ୍ସା ଡ୍ରାଇଭର ଭାବେ କାର୍ଯ୍ୟ କରି ପରିବାର ଚଳାଉଛନ୍ତି।

ଗୋଦାବରୀଶ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025

ଅବକାରୀ ବିଭାଗର ବାଣପୁର-ଟାଙ୍ଗୀରେ ଚଢାଉ: ଦେଶୀ ମହୁଲି ଓ ଗଞ୍ଜେଇ ଜବତ, ଦୁଇ ଗିରଫ

September 27, 2025

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ସ୍ୱାସ୍ଥ୍ୟ ଯାଞ୍ଚ କଲେ ୨୧୮ ପୁରୁଷ ଓ ମହିଳା

September 24, 2025
Latest News

ମା ତାରିଣୀ ମନ୍ଦିର ବିକାଶ ପାଇଁ ୨୨୬ କୋଟି ଟଙ୍କା ଖର୍ଚ୍ଚକୁ କ୍ୟାବିନେଟ ମଂଜୁରୀ, ଜାଣନ୍ତୁ କିଏ ନେଲା କାମ

September 29, 2025

ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାକୁ କ୍ୟାବିନେଟ ମଂଜୁରୀ, ଖର୍ଚ୍ଚ ହେବ ୧୨,୦୦୦ କୋଟି ଟଙ୍କା

September 29, 2025

ଏଣିକି ବାଣିଜ୍ୟିକ ପ୍ରତିଷ୍ଠାନର କାର୍ଯ୍ୟ ସମୟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି, ମିଳିଲା କ୍ୟାବିନେଟ ମଂଜୁରୀ

September 29, 2025

ଅଭିଷେକ ଶର୍ମାଙ୍କୁ ମିଳିଲା ଆରମଦାୟକ SUV, ଭାରତରେ ଏହାର ମୂଲ୍ୟ କେତେ?

September 29, 2025

ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ହେଲେ ଜଣେ ଓଡିଆ, ବିଭିନ୍ନ ମହଲରୁ ଶୁଭେଚ୍ଛା

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.